Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 16:25 - ପବିତ୍ର ବାଇବଲ

25 ସଦାପ୍ରଭୁ ଅତ୍ୟନ୍ତ ମହାନ ଅଟନ୍ତି ଓ ସେ ପ୍ରଶଂସାର ଯୋଗ୍ୟ ଅଟନ୍ତି। ଅନ୍ୟ ସବୁ “ଦେବତାଗଣଙ୍କ” ଅପେକ୍ଷା ସଦାପ୍ରଭୁ ଅଧିକ ଭୟଙ୍କର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

25 କାରଣ ସଦାପ୍ରଭୁ ମହାନ୍ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ ଅଟନ୍ତି; ମଧ୍ୟ ସେ ସକଳ ଦେବତା ଅପେକ୍ଷା ଭୟଯୋଗ୍ୟ।

Gade chapit la Kopi




1 ବଂଶାବଳୀ 16:25
15 Referans Kwoze  

ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।


ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର। ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।


ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।


“ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅ‌ଦ୍‌ଭୂତ କାର୍ଯ୍ୟ କର!


ସବୁ ଦେବଗଣ ନିକଟରେ ସଦାପ୍ରଭୁଙ୍କ ମହିମା ବର୍ଣ୍ଣନା କର। ସେ ଯେ ଅତ୍ୟନ୍ତ ମହତ୍ ଅଟନ୍ତି, ଏହା ସମସ୍ତଙ୍କୁ କୁହ।


“ଆମ୍ଭର ପରମେଶ୍ୱର ଅନ୍ୟ ସମସ୍ତ ଦେବତାଗଣ ଅପେକ୍ଷା ମହାନ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି।


ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।


ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ, ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ, ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି। ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି। ସେଲା


ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ। ଆମ୍ଭେମାନେ ତାହାଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।


“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।


Swiv nou:

Piblisite


Piblisite