1 ବଂଶାବଳୀ 16:8 - ପବିତ୍ର ବାଇବଲ8 ପରମେଶ୍ୱରଙ୍କର ପ୍ରଶଂସା କର, ତାହାଙ୍କ ନାମରେ ବିନତି କର। ସଦାପ୍ରଭୁ ଯେଉଁସବୁ ମହାନ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। Gade chapit laଓଡିଆ ବାଇବେଲ8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। Gade chapit la |
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”