Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:12 - ପବିତ୍ର ବାଇବଲ

12 ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ୟଭାର ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନ; କାଳସ୍ଥାୟୀ କରିବା।

Gade chapit la Kopi

ଓଡିଆ ବାଇବେଲ

12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।

Gade chapit la Kopi




1 ବଂଶାବଳୀ 17:12
21 Referans Kwoze  

“ଚତୁର୍ଥ ରାଜ୍ୟର ରାଜତ୍ୱ ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ହୋଇ ରହିବ। ଆଉ ମଧ୍ୟ ତାହା ଅନ୍ୟ ହାତକୁ ଯିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ୟଗୁଡ଼ିକୁ ଧ୍ୱଂସ କରି ଦେବ।


ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।


“ସଦାପ୍ରଭୁ ମୋର ପିତା ଦାଉଦଙ୍କୁ ଶପଥ କରିଥିଲେ, ‘ଆମ୍ଭେ ତୁମ୍ଭ ବଦଳରେ ତୁମ୍ଭ ପୁତ୍ରକୁ ସିଂହାସନରେ ବସାଇବା। ତୁମ୍ଭ ପୁତ୍ର ଆମ୍ଭ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।’ ମୁଁ ବର୍ତ୍ତମାନ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିବାକୁ ମନସ୍ଥ କରିଅଛି।


ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ, “ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା। ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”


ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।


କିନ୍ତୁ ଯେତେ ଦିନ ପର୍ଯ୍ୟନ୍ତ ପରମେଶ୍ୱର ସମସ୍ତ ଶତ୍ରୁଙ୍କୁ ଖ୍ରୀଷ୍ଟଙ୍କ ପଦତଳେ ନ ରଖିଛନ୍ତି, ସେତେଦିନ ପର୍ଯ୍ୟନ୍ତ ଖ୍ରୀଷ୍ଟ ରାଜତ୍ୱ କରିବେ।


ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା ଓ ତା'ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।


‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’” ସେଲା


ସେମାନେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ, “ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ଆମ୍ଭେ ଏହି ଯେଉଁ ମନ୍ଦିର ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା। ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।


କିନ୍ତୁ ତୁମ୍ଭେ ସେହି ମନ୍ଦିର ନିର୍ମାଣ କରିବ ନାହିଁ, ତୁମ୍ଭର ଔରସଜାତ ସନ୍ତାନ ଆମ୍ଭ ସମ୍ମାନାର୍ଥେ ମନ୍ଦିର ନିର୍ମାଣ କରିବ।’


ତୁମ୍ଭେ ଯେତେବେଳେ ମୃତ୍ୟୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ଯିବ, ସେତେବେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ୟରୁ ଜଣେ ନୂତନ ରାଜା ହେବ, ଏବଂ ଆମ୍ଭେ ତା'ର ରାଜ୍ୟକୁ ଶକ୍ତିଶାଳୀ କରିବା।


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ।


ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।


ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।


Swiv nou:

Piblisite


Piblisite