Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:13 - ପବିତ୍ର ବାଇବଲ

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି ତୁମ୍ଭ ପୂର୍ବବର୍ତ୍ତୀ ଜନଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi

ଓଡିଆ ବାଇବେଲ

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;

Gade chapit la Kopi




1 ବଂଶାବଳୀ 17:13
16 Referans Kwoze  

ଆହୁରି ମଧ୍ୟ ସେ କୌଣସି ସ୍ୱର୍ଗଦୂତଙ୍କୁ କହି ନ ଥିଲେ ଯେ: “ତୁମ୍ଭେ ମୋର ପୁତ୍ର; ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” ପୁନର୍ବାର ପରମେଶ୍ୱର କୌଣସି ସ୍ୱର୍ଗଦୂତକୁ ଏହା କହି ନାହାନ୍ତି ଯେ, “ମୁଁ ତା'ର ପିତା ହେବି, ସେ ମୋର ପୁତ୍ର ହେବ।”


କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।


ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି। ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି ଓ ତୁମ୍ଭେ ମୋର ପୁତ୍ର ହେଲ।


ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ୟଭାର ଦେବା।


ତେଣୁ ସଦାପ୍ରଭୁ ଶାଉଲଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟଭାର ଅର୍ପଣ କଲେ।


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


“ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।”


ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି।


ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।”


ସେ ମହାନ୍ ହେବେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ୱର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।


ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦେବି। ଯାହା ଫଳରେ ମୋର ସେବକ ଦାଉଦର ବଂଶ ଯିରୁଶାଲମରେ ମୋ’ ଆଗରେ ରାଜତ୍ୱ କରିବ। ସେହି ସହରରେ ମୋର ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।


ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ୟର ଦାୟିତ୍ୱ ଦେବା ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।’”


Swiv nou:

Piblisite


Piblisite