Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:7 - ପବିତ୍ର ବାଇବଲ

7 “ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ।

Gade chapit la Kopi

ଓଡିଆ ବାଇବେଲ

7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।

Gade chapit la Kopi




1 ବଂଶାବଳୀ 17:7
13 Referans Kwoze  

ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।


ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।”


‘ହେ ଯିହୂଦା ପ୍ରଦେଶର ବେ‌‌‌‌‌‌ଥ୍‌‌‌‌‌‌ଲେହିମ! ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ, ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’”


“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି।


କିନ୍ତୁ ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବୈ‌ଥ୍‌ଲେହମକୁ ସମୟ ସମୟରେ ଯାଆ ଆସ କରୁଥା’ନ୍ତି।


ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ୟାତ ଲୋକଙ୍କ ମଧ୍ୟରେ ଜଣେ କରିବା।


କିନ୍ତୁ ଆମ୍ଭେ ବର୍ତ୍ତମାନ ଯିରୁଶାଲମକୁ ଆମ୍ଭର ନାମାର୍ଥେ ଏକ ସ୍ଥାନ ରୂପେ ନିରୂପଣ କରିଅଛୁ ଏବଂ ଆମ୍ଭେ ଆମ୍ଭର ଲୋକ ଦାଉଦକୁ ଇସ୍ରାଏଲକୁ ନେତୃତ୍ୱ ଦେବା ନିମନ୍ତେ ମନୋନୀତ କରିଅଛୁ।’


Swiv nou:

Piblisite


Piblisite