Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 17:8 - ପବିତ୍ର ବାଇବଲ

8 ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ୟାତ ଲୋକଙ୍କ ମଧ୍ୟରେ ଜଣେ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା।

Gade chapit la Kopi




1 ବଂଶାବଳୀ 17:8
24 Referans Kwoze  

ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ୱର ତୁମ୍ଭ ସହିତରେ ଅଛନ୍ତି।”


ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ।


ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ। ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।


ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ଶାଉଲ ଦେଖିଲେ ସଦାପ୍ରଭୁ ଦାଉଦଙ୍କ ସହିତ ଅଛନ୍ତି। ଶାଉଲ ମଧ୍ୟ ଦେଖିଲେ ଯେ ତାଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କରୁଅଛି।


“ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”


ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।


ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ, ମୁଁ ତୁମ୍ଭକୁ ଭଲ ପାଏ।”


ମଧ୍ୟ ଯିରୁଶାଲମରେ ପରାକ୍ରାନ୍ତ ରାଜଗଣ ଥିଲେ। ସେମାନେ ନଦୀ ସେପାରିସ୍ଥ ତାବତ୍ ଦେଶରେ ରାଜତ୍ୱ କଲେ। ଆଉ ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ସର୍ବୋପରି, ଭବିଷ୍ୟତରେ ମୋ’ ପରିବାର ପ୍ରତି କ’ଣ ଘଟିବ, ତାହା ମଧ୍ୟ ତୁମ୍ଭେ ମୋତେ ଜାଣିବାକୁ ଦେଲ। ସତେ ଯେପରି ମୁଁ ଜଣେ ଅତି ମହାନ ବ୍ୟକ୍ତି ଅଟେ, ତୁମ୍ଭେ ମୋ’ ପ୍ରତି ସେ ପ୍ରକାର ବ୍ୟବହାର କଲ।


ଯେଉଁ ସମୟରେ ସଦାପ୍ରଭୁ ଯାବତୀୟ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ। ସେ ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କଲେ।


ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।


ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।


ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି।


ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।


ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ। ସେଲା


“ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ।


ଆମ୍ଭେ ଆମ୍ଭର ଲୋକ ଇସ୍ରାଏଲକୁ ଏହି ସ୍ଥାନ ଦେଇଅଛୁ। ସେମାନେ ବୃକ୍ଷ ରୋପଣ କରିବେ ଓ ସେହି ବୃକ୍ଷସବୁର ତଳେ ଶାନ୍ତିରେ ବସିବେ। ସେମାନେ ଆଉ କୌଣସି ବିଷୟରେ ଚିନ୍ତିତ ହେବେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସେମାନଙ୍କୁ ଆଘାତ କରିବେ ନାହିଁ।


ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।


Swiv nou:

Piblisite


Piblisite