Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 18:5 - ପବିତ୍ର ବାଇବଲ

5 ଅରାମୀୟ ଲୋକମାନେ ଦମ୍ମେଶକରୁ ହଦରେଷରଙ୍କୁ ସାହାଯ୍ୟ କରିବାକୁ ଆସିଲେ। ମାତ୍ର ସେହି ଅରାମୀୟର 22,000 ସୈନ୍ୟଙ୍କୁ ଦାଉଦ ମାରି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦରେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟ-ମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।

Gade chapit la Kopi

ଓଡିଆ ବାଇବେଲ

5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ରାଜା ହଦଦେଷରକୁ ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।

Gade chapit la Kopi




1 ବଂଶାବଳୀ 18:5
9 Referans Kwoze  

ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ।


ଦାଉଦ ଆହୁରି ମଧ୍ୟ ହଦରେଷରଙ୍କ ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ଯ୍ୟନ୍ତ ପଥରେ ସେହି ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ଫରାତ୍ ନଦୀ ପର୍ଯ୍ୟନ୍ତ ତାହାଙ୍କ ରାଜ୍ୟ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ।


ଶାଉଲ ସମଗ୍ର ଇସ୍ରାଏଲକୁ ନିୟନ୍ତ୍ରଣ କଲେ। ଶାଉଲ ଇସ୍ରାଏଲ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ ଅର୍ଥାତ୍ ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୋବାର ରାଜାଗଣ ଏବଂ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ସମସ୍ତ ଶତ୍ରୁଙ୍କୁ ପରାସ୍ତ କଲେ।


ଦାଉଦ ହଦରେଷରଙ୍କଠାରୁ 1,000 ରଥ, 7,000 ରଥଗ୍ଭଳକ, ଓ 20,000 ସୈନ୍ୟ ନେଇଗଲେ। ରଥ ଟାଣିବା ନିମନ୍ତେ ବ୍ୟବହୃତ ହେଉଥିବା ହଦରେଷରଙ୍କ ଅଧିକାଂଶ ଅଶ୍ୱକୁ ଦାଉଦ ପଙ୍ଗୁ କରି ଦେଲେ। କିନ୍ତୁ ଦାଉଦ 100 ଗୋଟି ରଥକୁ ଟାଣିବା ନିମନ୍ତେ ଯଥେଷ୍ଟ ଅଶ୍ୱକୁ ସୁରକ୍ଷିତ ରଖିଲେ।


ତା'ପରେ ଦାଉଦ ଦମ୍ମେଶକ ସହରର ଅରାମରେ ପ୍ରହରୀ ସ୍ଥାପନ କଲେ। ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହେଲେ ଓ ଦର୍ଶନୀ ଆଣିଲେ। ତେଣୁ ଦାଉଦ ଯେଉଁଆଡ଼େ ଗଲେ ସଦାପ୍ରଭୁ ତାଙ୍କୁ ବିଜୟ ପ୍ରଦାନ କଲେ।


ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି।


Swiv nou:

Piblisite


Piblisite