Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:13 - ପବିତ୍ର ବାଇବଲ

13 ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗର ଓ ଆମ୍ଭମାନଙ୍କର ଲୋକମାନଙ୍କ ନିମନ୍ତେ ଯୁଦ୍ଧ କରିବାକୁ ଆସିଅଛୁ, ଆମ୍ଭେମାନେ ସାହସୀ ଓ ବଳବାନ ହେଉ! ସଦାପ୍ରଭୁ ଯାହା ଉତ୍ତମ ମନେ କରନ୍ତି, ତାହା କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରସମୂହ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ତହିଁରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”

Gade chapit la Kopi




1 ବଂଶାବଳୀ 19:13
18 Referans Kwoze  

ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସିକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।


ଯେତେବେଳେ ମୁଁ ଏ ପରିସ୍ଥିତି ଦେଖିଲି, ମୁଁ ଉଠିଲି ଏବଂ କୁଳୀନମାନଙ୍କୁ, ଅଧ୍ୟକ୍ଷମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ କହିଲି, “ତୁମ୍ଭେମାନେ ସେମାନଙ୍କୁ ଭୟ କର ନାହିଁ। ସଦାପ୍ରଭୁଙ୍କୁ ସ୍ମରଣ କର। ସଦାପ୍ରଭୁ ମହାନ ଓ ଭୟଙ୍କର ଅଟନ୍ତି। ଆଉ ତୁମ୍ଭେମାନେ ଆପଣା ଆପଣା ଭାତୃଗଣ, ପୁତ୍ର ଓ କନ୍ୟାଗଣ ଆପଣା ଆପଣା ସ୍ତ୍ରୀଗଣ ଆପଣା ଗୃହ ନିମନ୍ତେ ଯୁଦ୍ଧ କର।”


ବଳବାନ ହୁଅ, ଏବଂ ସାହସର ସହିତ ଯୁଦ୍ଧ କର, ଆମ୍ଭର ପ୍ରଭୁଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖିରେ ଯାହା ଠିକ୍ ସେ ତାହା କରିବେ।”


ଏହା ପରେ ଯିହୋଶୂୟ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଧନ କରି କହିଲେ, “ଯୋଦ୍ଧା ଏବଂ ସାହସୀ ହୁଅ! ଭୟ କର ନାହିଁ! ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଦେଖାଇବି, ସଦାପ୍ରଭୁ ଭବିଷ୍ୟତରେ ଆମ୍ଭମାନଙ୍କର ଶତ୍ରୁମାନଙ୍କୁ କିପରି ଅବସ୍ଥା କରିବେ ଯାହା ତୁମ୍ଭେମାନେ ଭବିଷ୍ୟତରେ ଯୁଦ୍ଧ କରିବ।”


ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର।


ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ଓ ସାହସୀ ହୁଅ। ପୁରୁଷ ପଣରେ ଯୁଦ୍ଧ କର। ତହିଁରେ ଏବ୍ରୀୟମାନେ ଆମ୍ଭର ଦାସ ହୋଇଥିଲେ, ତେଣୁ ତୁମ୍ଭେମାନେ ନିଶ୍ଚୟ ସେମାନଙ୍କର ଦାସ ହୋଇ ପାରିବ ନାହିଁ। ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”


ହେ ଏଜ୍ରା, ଉଠ, କାରଣ ତୁମ୍ଭ ଉପରେ ଏହି କାର୍ଯ୍ୟର ଭାର ଅଛି, ତେଣୁ ଆମ୍ଭେମାନେ ତୁମ୍ଭକୁ ସାହାଯ୍ୟ କରିବୁ। ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


ଦାଉଦ ଶାଉଲଙ୍କୁ କହିଲେ, “ଗଲିୟାତ ଯୋଗୁଁ ଲୋକମାନେ ହତାଶ ହେବା ଉଚିତ୍ ନୁହେଁ। ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସହିତ ଯୁଦ୍ଧ କରିବ।”


କିନ୍ତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, “ଆମେ ପାପ କରିଛୁ। ତୁମ୍ଭର ଯାହା ଇଚ୍ଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।”


କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ।


ଏତେ ସବୁ ଘଟିଲା ପରେ ଆୟୁବ ପାପ କଲା ନାହିଁ ଏବଂ ପରମେଶ୍ୱର କିଛି ଭୁଲ୍ କରିଛନ୍ତି ବୋଲି ସେ କହିଲା ନାହିଁ।


କିନ୍ତୁ ଯଦି ସଦାପ୍ରଭୁ ମୋ’ ଉପରେ ସଦୟ ନୁହନ୍ତି ବୋଲି କହନ୍ତି, ତେବେ ସେ ଯାହା ଗ୍ଭହିଁବେ ମୋ’ ଉପରେ ତାହା କରି ପାରିବେ।”


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାହାଙ୍କୁ ସବୁକଥା ଜଣାଇଲେ। ତା'ପରେ ଏଲି କହିଲେ, “ସେ ସଦାପ୍ରଭୁ, ଯାହା ସଦାପ୍ରଭୁ ଭାବନ୍ତି ତାହା ଯଥାର୍ଥ, ତାହା ସେ କରନ୍ତୁ।”


ଯୋୟାବ ଅବୀଶୟଙ୍କୁ କହିଲେ, “ଯଦି ଅରାମର ସୈନ୍ୟଦଳ ମୋ’ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋତେ ନିତାନ୍ତ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ସୈନ୍ୟଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭକୁ ସାହାଯ୍ୟ କରିବି।


ଯୋୟାବଙ୍କ ସୈନ୍ୟବାହିନୀ ଅରାମର ସୈନ୍ୟଦଳକୁ ଆକ୍ରମଣ କଲେ। ଅରାମର ସୈନ୍ୟଦଳ ଯୋୟାବ ଓ ତାଙ୍କର ସୈନ୍ୟବାହିନୀଠାରୁ ପଳାୟନ କଲେ।


Swiv nou:

Piblisite


Piblisite