Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 19:4 - ପବିତ୍ର ବାଇବଲ

4 ତେଣୁ ହାନୂନ୍ ଦାଉଦଙ୍କ ଦାସମାନଙ୍କୁ ବନ୍ଦୀ କଲେ ଓ ସେମାନଙ୍କ ଦାଢ଼ି କାଟି ପକାଇଲେ। ଆହୁରି ମଧ୍ୟ, ହାନୂନ୍ ସେମାନଙ୍କ ନିତମ୍ବ ନିକଟରୁ ବସ୍ତ୍ର କାଟି ପକାଇଲେ। ଏହା ପରେ ସେ ସେମାନଙ୍କୁ ପଠାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚାପାଖ ବସ୍ତ୍ର ମଝିରୁ କାଟିପକାଇ ସେମାନଙ୍କୁ ବିଦାୟ କରି ଦେଲା।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି-ପକାଇ ସେମାନଙ୍କୁ ବିଦାୟ କରି ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କୁ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।

Gade chapit la Kopi




1 ବଂଶାବଳୀ 19:4
14 Referans Kwoze  

ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।


ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହୋଇଛନ୍ତି। ପ୍ରତ୍ୟେକଙ୍କର ହାତ କାଟି ରକ୍ତାକ୍ତ ହୋଇଅଛି ଓ ପ୍ରତ୍ୟେକ କଟିଦେଶରେ ଚଟବସ୍ତ୍ର ପରିଧାନ କରିଛନ୍ତି।


ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀୟମାନେ ଲଜ୍ଜିତ ହେବେ। କାରଣ ମିଶରୀୟ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପାଦ କରି ସେମାନେ ତାଙ୍କ ଦେଶରୁ ନେଇଯିବେ।


ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ଯାଇଛନ୍ତି। ମୋୟାବର ଲୋକମାନେ ନେବୋ ଓ ମେଦବା ପାଇଁ କାନ୍ଦୁଛନ୍ତି। ସେମାନଙ୍କର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।


ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।


କିନ୍ତୁ ଲୋକମାନେ ପରମେଶ୍ୱରଙ୍କ ଦୂତମାନଙ୍କୁ ପରିହାସ କଲେ। ସେମାନେ ପରମେଶ୍ୱରଙ୍କ ବାର୍ତ୍ତାକୁ ଘୃଣା କଲେ। ସେମାନେ ପରମେଶ୍ୱରଙ୍କର ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ଯ୍ୟନ୍ତ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ପ୍ରତି କ୍ରୋଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷୟ ନ ଥିଲା।


“ତୁମ୍ଭେମାନେ ନିଜ ନିଜ ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।


କିନ୍ତୁ ଅମ୍ମୋନୀୟ ନେତାମାନେ ହାନୂନଙ୍କୁ କହିଲେ, “ଆପଣ ବିଶ୍ୱାସ କରୁଛନ୍ତି କି, ପ୍ରକୃତରେ ଦାଉଦ ଆପଣଙ୍କ ପିତାଙ୍କୁ ସମ୍ମାନ ଦେବା ପାଇଁ କିମ୍ୱା ସାନ୍ତ୍ୱନା ଦେବା ପାଇଁ ଲୋକମାନଙ୍କୁ ଆପଣଙ୍କ ପାଖକୁ ପଠାଇଛନ୍ତି? ନା, ତାଙ୍କର ଦାସମାନେ ଆପଣଙ୍କ ବିଷୟରେ ଓ ଆପଣଙ୍କ ଦେଶ ବିଷୟରେ ତଥ୍ୟ ଅନୁସନ୍ଧାନ କରିବା ନିମନ୍ତେ ଆସିଛନ୍ତି।”


ଦାଉଦଙ୍କର ଦାସମାନେ ଗୃହକୁ ଫେରିଯିବା ନିମନ୍ତେ ଅତ୍ୟନ୍ତ ଲଜ୍ଜାବୋଧ କଲେ। କେତେକ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ’ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, “ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ସହରରେ ରୁହ। ଏହା ପରେ ତୁମ୍ଭେ ଗୃହକୁ ଫେରି ଆସିବ।”


Swiv nou:

Piblisite


Piblisite