Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:24 - ପବିତ୍ର ବାଇବଲ

24 ହିଷ୍ରୋଣ ମୃତ୍ୟୁବରଣ କଲାପରେ, ‌‌‌କାଲେ‌ବଙ୍କର ସ୍ତ୍ରୀ ଇଫ୍ରାଥା ଏକ ପୁତ୍ରକୁ ଜନ୍ମ ଦେଲେ। (ହିଷ୍ରୋଣର ସ୍ତ୍ରୀର ନାମ ଅବିୟାହ) ସେହି ପୁତ୍ରର ନାମ ଦିଆଗଲା ଅ‌ସ୍‌ହୂର। ଅ‌ସ୍‌ହୂର ତକୋୟ ସହର ପ୍ରତିଷ୍ଠା କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ହିଷ୍ରୋଣ କାଲେବ୍-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟାହ ତାହାର ଔରସରେ ତକୋୟର ପିତା ଅସ୍ହୂରକୁ ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ହିଷ୍ରୋଣ କାଲେବ-ଇଫ୍ରାଥାରେ ମଲା ଉତ୍ତାରେ ହିଷ୍ରୋଣର ଭାର୍ଯ୍ୟା ଅବୀୟ ତାହାର ଔରସରେ ତକୋୟର ପିତା ଅସ୍‍ହୂରକୁ ଜାତ କଲା।

Gade chapit la Kopi




1 ବଂଶାବଳୀ 2:24
8 Referans Kwoze  

ଅସହୂର ତକୋୟଙ୍କର ପିତା ଥିଲେ। ଅସହୂରଙ୍କର ଦୁଇ ପତ୍ନୀ ଥିଲେ। ସେମାନଙ୍କର ନାମ ଥିଲା ହିଲା ଓ ନାରା।


ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା।


ହିଷ୍ରୋଣଙ୍କର ପୁତ୍ରମାନେ ଥିଲେ ଯିରହମେଲ, ରାମ୍ ଓ କାଲୁବାୟ।


ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀଲୋକ ଆଣିବାକୁ କହିଲା। ଯୋୟାବ ସେହି ବୁଦ୍ଧିମତୀ ସ୍ତ୍ରୀଲୋକଟିକୁ କହିଲେ, “ଦୟାକରି ବହୁତ ଦୁଃଖିତ ଥିବାର ଛଳନା କର। ଶୋକ ବସ୍ତ୍ର ପରିଧାନ କର। ତୁମ୍ଭର କେଶରେ ଓ ମୁଖରେ ତେଲିଆ ପ୍ରସାଧାନ ଲଗାଅ ନାହିଁ। ମାତ୍ର ମୃତ ଲୋକ ପାଇଁ ବହୁକାଳରୁ ଶୋକକାରିଣୀ ସ୍ତ୍ରୀ ପରି ବ୍ୟବହାର କର।


ଆମ୍ଭେମାନେ କରେଥୀୟମାନେ ବାସ କରୁଥିବା ନେଗେଭ ଆକ୍ରମଣ କଲୁ। ଆମ୍ଭେମାନେ ସିକ୍ଳଗ୍‌କୁ ଅଗ୍ନିରେ ଦ‌ଗ୍‌ଧ କଲୁ ଓ ଯିହୁଦାର କାଲେ‌ବ୍‌ମାନଙ୍କର ବସତି ଉପରେ ଆକ୍ରମଣ କଲୁ।”


କିନ୍ତୁ ଗଶୂର ଓ ଅରାମ୍ ଯାୟୀରଙ୍କର ଗ୍ରାମଗୁଡ଼ିକୁ ନେଇଗଲେ। ସେଗୁଡ଼ିକ ମଧ୍ୟରେ କନାତ୍ ଓ ତା’ ଗ୍ଭରିପଟେ ଛୋଟ ଛୋଟ ସହରଗୁଡ଼ିକ ଥିଲା। ସମୁଦାୟ ଷାଠିଏଟି ସହର ଥିଲା। ଗିଲିୟଦଙ୍କର ପିତା ମାଖୀରଙ୍କର ଏହିସବୁ ସହର ଥିଲା।


ଯିରହମେଲ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ଯିରହମେଲଙ୍କର ପୁତ୍ରମାନେ ଥିଲେ ରାମ୍, ବୁନା, ଓରଣ, ଓତ୍‌ସମ ଓ ଅହିୟ। ରାମ୍ ଯିରହମେଲଙ୍କର ପ୍ରଥମ ପୁତ୍ର ଥିଲେ।


Swiv nou:

Piblisite


Piblisite