Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:9 - ପବିତ୍ର ବାଇବଲ

9-10 ଗାଦ୍ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ସଦାପ୍ରଭୁ ଗା‌ଦ୍‌କୁ କହିଲେ, “ଯାଅ ଓ ଦାଉଦଙ୍କୁ କୁହ, ‘ଏହା ସଦାପ୍ରଭୁ କହନ୍ତି ଆମ୍ଭେ ତୁମ୍ଭକୁ ତିନି ଗୋଟି ବିଷୟ ଦେଉଅଛୁ। ତୁମ୍ଭକୁ ତନ୍ମଧ୍ୟରୁ ଗୋଟିଏ ମନୋନୀତ କରିବାକୁ ପଡ଼ିବ। ତୁମ୍ଭେ ଯେଉଁଟିକୁ ମନୋନୀତ କରିବ, ସେହି ଅନୁଯାୟୀ ଦଣ୍ଡିତ ହେବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍‍କୁ କହିଲେ,

Gade chapit la Kopi




1 ବଂଶାବଳୀ 21:9
7 Referans Kwoze  

ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟ‌ଦ୍‌ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।


ଶାଉଲ ଗ୍ଭକରକୁ କହିଲେ, “ଏହା ଏକ ଉତ୍ତମ ବୁଦ୍ଧି। ଗ୍ଭଲ ଯିବା,” ତା'ପରେ ସେମାନେ ପରମେଶ୍ୱରଙ୍କ ଲୋକଙ୍କ ନଗରକୁ ଯାତ୍ରା ଆରମ୍ଭ କଲେ। ଶାଉଲ ଏବଂ ଗ୍ଭକର ପାର୍ବତ୍ୟାଞ୍ଚଳ ଦେଇ ଯାତ୍ରା କଲେ। ସେମାନେ ଯିବା ରାସ୍ତାରେ କେତେକ ଯୁବତୀଙ୍କୁ ଦେଖିଲେ। ଯୁବତୀମାନେ ପାଣି ନେବା ପାଇଁ ଆସିଥିଲେ। ଶାଉଲ ଓ ତାଙ୍କ ଗ୍ଭକର ଯୁବତୀମାନଙ୍କୁ ପଗ୍ଭରିଲେ, “ଧର୍ମାତ୍ମା ଏଠାରେ ଅବସ୍ଥାନ କରୁଛନ୍ତି କି?” (ଅତୀତରେ ଇସ୍ରାଏଲୀୟମାନେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ “ଧର୍ମାତ୍ମା” କହୁଥିଲେ। ଯଦି ସେମାନେ ପରମେଶ୍ୱରଙ୍କଠାରୁ କିଛି ମାଗିବା ପାଇଁ ଗ୍ଭହୁଁଥିଲେ, ସେମାନେ କହିଲେ, “ଆସ ଧର୍ମାତ୍ମା ନିକଟକୁ ଯିବା।”)


ରାଜା ଦାଉଦଙ୍କର କୃତ ସମସ୍ତ ବିଷୟ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶାମୁୟେଲ ଭବିଷ୍ୟ‌ଦ୍‌ବକ୍ତା, ନାଥନ ଭବିଷ୍ୟ‌ଦ୍‌ବକ୍ତା ଓ ଗାଦ୍ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲେଖାଯାଇଅଛି।


କିନ୍ତୁ ଭବିଷ୍ୟ‌ଦ୍‌ବକ୍ତା ଗାଦ୍ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ଦୁର୍ଗରେ ରୁହ ନାହିଁ। ତୁମ୍ଭେ ଯିହୁଦାକୁ ଯାଅ।” ତେଣୁ ଦାଉଦ ସେସ୍ଥାନ ପରିତ୍ୟାଗ କରି ହେରତ୍ ବଣକୁ ଗଲେ।


ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।


ଦାଉଦ, ରାଜାଙ୍କ ଭବିଷ୍ୟ‌ଦ୍‌ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଯେଉଁ ପ୍ରକାର ଆଦେଶ ଦେଇଥିଲେ, ରାଜା ହିଜକିୟ ସେହି ପ୍ରକାରେ ଲେବୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିରରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମାଧ୍ୟମରେ ଆସିଥିଲା।


Swiv nou:

Piblisite


Piblisite