Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 22:15 - ପବିତ୍ର ବାଇବଲ

15 ତୁମ୍ଭର ଅନେକ ପଥରକଟାଳୀ ଓ ବଢ଼େଇ ଅଛନ୍ତି। ପ୍ରତ୍ୟେକ ପ୍ରକାର କାର୍ଯ୍ୟରେ ଦକ୍ଷ କାରିଗର ତୁମ୍ଭର ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବ ପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି, ତୁମ୍ଭ ନିକଟରେ ଅନେକ ଶିଳ୍ପକାର ଓ ପଥର-କଟାଳି, ପୁଣି, ପଥର ଓ କାଷ୍ଠର କର୍ମକାର ଓ ସର୍ବପ୍ରକାର କର୍ମରେ ବହୁତ ନିପୁଣ ଲୋକ ଅଛନ୍ତି;

Gade chapit la Kopi




1 ବଂଶାବଳୀ 22:15
10 Referans Kwoze  

ହୀରମ୍ ଇସ୍ରାଏଲର ନପ୍ତାଲି ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତା'ର ପିତା ସୋର ନଗରର ଏକ କଂସାରି ଥିଲା। ହୀରମ୍ ଜଣେ ନିପୁଣ ପିତ୍ତଳ କାରୀଗର ଥିଲା। ରାଜା ଶଲୋମନ ସେହି ଅଭିଜ୍ଞ କାରୀଗରକୁ ପିତ୍ତଳ ତିଆରି କାର୍ଯ୍ୟରେ ନିଯୁକ୍ତ କଲେ।


ସଦାପ୍ରଭୁ ସେ ଦୁହିଁଙ୍କୁ ସ୍ୱତନ୍ତ୍ର ଜ୍ଞାନ କୌଶଳରେ ପରିପୂର୍ଣ୍ଣ କରିଛନ୍ତି, ସେମାନେ ଯେକୌଣସି କାର୍ଯ୍ୟମାନ କରି ପାରିବେ। ସେମାନେ କାଠ କାମ, ପିତ୍ତଳ ନିର୍ମିତ କର୍ମମାନ କରି ପାରିବେ। ସେମାନେ ସୁନ୍ଦର କାର୍ଯ୍ୟମାନ ଯଥା: ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମ ସୂତ୍ରରେ ସୂଚୀ କର୍ମରେ ଓ ତନ୍ତି କର୍ମମାନ କରିବା ନିମନ୍ତେ ଯାବତୀୟ କର୍ମରେ ସେମାନଙ୍କୁ ନିପୁଣ କରିଛନ୍ତି।


ସେ ଚିତ୍ର କର୍ମମାନ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଆଦିରେ ସୁନ୍ଦର କର୍ମମାନ କରି ପାରନ୍ତି।


“ସେମାନେ ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୁତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ସେହି ଏଫୋଦ ବସ୍ତ୍ର ପ୍ରସ୍ତୁତ କରନ୍ତୁ।


ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ। ହୀରମ୍ ମଧ୍ୟ ଏରସ କାଠ, ବଢ଼ାଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲେ। ସେମାନେ ଦାଉଦଙ୍କ ପାଇଁ ଏକ ଘର ତିଆରି କଲେ।


“ଶଲୋମନ, ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ କଠିନ ପରିଶ୍ରମ କରି ଯୋଜନାମାନ ତିଆରି କରିଅଛି। ମୁଁ ଏକ ଲକ୍ଷ ତାଳନ୍ତ ସ୍ୱର୍ଣ୍ଣ ଦେଇଅଛି, ଏବଂ ମୁଁ ଦଶ ଲକ୍ଷ ତାଳନ୍ତ ରୂପା ଦେଇଅଛି। ମୁଁ ଏତେ ପରିମାଣରେ ପିତ୍ତଳ ଓ ଲୁହା ଦେଇଅଛି ଯେ, ତାହା ତୌଲ କରାଯାଇ ନ ପାରେ। ମୁଁ କାଠ ଓ ପ୍ରସ୍ତର ମଧ୍ୟ ଦେଇଅଛି। ଶଲୋମନ, ତୁମ୍ଭେ ସେଥିରେ ଆହୁରି ଯୋଗ କରିପାର।


ସେମାନେ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ ଓ ଲୁହା କାର୍ଯ୍ୟରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ୟ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ଯ୍ୟ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।”


“ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ।


ବାସ୍ତବରେ କୌଣସି ବ୍ୟକ୍ତି ଆମ୍ଭର ପରମେଶ୍ୱରଙ୍କୁ ଭିତରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରି ପାରିବ ନାହିଁ। ଏପରିକି ସ୍ୱର୍ଗ ବା ସର୍ବୋଚ୍ଚ ସ୍ୱର୍ଗ ମଧ୍ୟ ତାଙ୍କୁ ଧାରଣ କରି ପାରିବ ନାହିଁ। ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରି ପାରିବି ନାହିଁ। କେବଳ ତାଙ୍କଠାରେ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପାରେ।


Swiv nou:

Piblisite


Piblisite