Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:13 - ପବିତ୍ର ବାଇବଲ

13 ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।

Gade chapit la Kopi

ଓଡିଆ ବାଇବେଲ

13 ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।

Gade chapit la Kopi




1 ବଂଶାବଳୀ 23:13
38 Referans Kwoze  

ଏହା ପରେ ଲେବୀ ବଂଶଧର ଯାଜକମାନେ ତାହା ନିକଟକୁ ଆସିବେ କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି। ଏଣୁ ସେମାନଙ୍କ ବାକ୍ୟ ଅନୁସାରେ ପ୍ରତ୍ୟେକ ବିରୋଧରେ ଓ ଆଘାତରେ ବିଗ୍ଭର ହେବ।


ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ।


ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।


ଆଉ ଜଣେ ଦୂତ ଆସି ବେଦୀ ପାଖରେ ଠିଆ ହେଲେ। ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବେଦୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତରେ ଗୋଟିଏ ସୁନାର ଧୂପଦାନୀ ଥିଲା।


ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ।


କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି।


ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।‌ ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି।


ସେମାନେ ପ୍ରଭୁଙ୍କର ସେବା ଓ ଉପବାସ କରୁଥିବା ସମୟରେ ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ପାଇଁ ବର୍ଣ୍ଣ‌ବ୍‌‌ବା ଓ ଶାଉଲଙ୍କୁ ସ୍ୱତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସେମାନଙ୍କୁ ଗୋଟିଏ ବିଶେଷ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଅଛି।”


ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ।


ଲୋକମାନେ ମୋଶାଙ୍କ ପ୍ରତି ଈର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ଯାଜକ ହାରୋଣଙ୍କ ପ୍ରତି ଈର୍ଷାପରାୟଣ ହେଲେ।


ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ। ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ। ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।


ଅମ୍ରାମ୍ର ସନ୍ତାନମାନେ ଥିଲେ ହାରୋଣ, ମୋଶା ଓ ମରିୟମ୍। ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୁ, ଇଲିୟାସର ଓ ଈଥାମର।


ସେହି ଅମ୍ରମର ସ୍ତ୍ରୀ ଯୋକେବଦ। ସେ ମିଶର ଦେଶରେ ଲେବୀର ପରିବାରବର୍ଗରୁ ଜନ୍ମ ହୋଇଥିଲା। ଅମ୍ରମ୍ ଔରସରେ ଯୋକେବଦଠାରୁ ମୋଶା, ହାରୋଣ ଓ ସେମାନଙ୍କର ଭଉଣୀ ମରିୟମ ଜନ୍ମ ହୋଇଥିଲେ।


ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର ପରିବାର ପବିତ୍ର ସ୍ଥାନ ପାଇଁ ଦାୟୀ ରହିବ। ପୁଣି ଯାଜକତ୍ୱର କର୍ତ୍ତବ୍ୟ ପାଇଁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ଦାୟୀ ରହିବେ।


ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


ତାହାଦ୍ୱାରା ତୁମ୍ଭେମାନେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ସ୍ପଷ୍ଟ ଭାବରେ ଜାଣି ପାରିବ।


“ମୁଁ ସମାଗମ-ତମ୍ବୁ ଓ ଯଜ୍ଞବେଦି ପବିତ୍ର କରିବି ଏବଂ ହାରୋଣ ଓ ତା'ର ପୁତ୍ରଗଣକୁ ଯାଜକ ରୂପେ ମୋର ସେବା କରିବା ପାଇଁ ଉତ୍ସର୍ଗ କରିବି।


କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


“ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ସେ ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀ ପରିବାରବର୍ଗଙ୍କୁ ପୃଥକ କରିଛନ୍ତି।


ଶାମୁୟେଲ ଇ‌ଲ୍‌କାନାଙ୍କ ପୁତ୍ର ଥିଲେ। ଇ‌ଲ୍‌କାନା ଯିରୋହ‌ମ୍‌ଙ୍କ ପୁତ୍ର ଥିଲେ। ଯିରୋହମ୍ ଇଲୀୟେ‌ଲ୍‌ଙ୍କ ପୁତ୍ର ଥିଲେ। ଇଲୀୟେଲ୍ ତୋହଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite