ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।