Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:27 - ପବିତ୍ର ବାଇବଲ

27 ଯୁଦ୍ଧରୁ ପ୍ରାପ୍ତ କେତେକ ବସ୍ତୁ ସେମାନେ ପ୍ରଦାନ କଲେ। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ହେବା ନିମନ୍ତେ ସେମାନେ ସେହିସବୁ ବସ୍ତୁ ପ୍ରଦାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନର୍ନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।

Gade chapit la Kopi




1 ବଂଶାବଳୀ 26:27
8 Referans Kwoze  

ସମସ୍ତ ରୂପା, ସୁନା, ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ଓ କରେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ ଓ ଏହା ସଦାପ୍ରଭୁଙ୍କ ଭଣ୍ଡାରକୁ ଗ୍ଭଲିଯିବ।”


ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ତାହାର ଦାୟିତ୍ୱରେ ଥିଲେ। ସେନାଧ୍ୟକ୍ଷମାନେ ମଧ୍ୟ ମନ୍ଦିର ନିମନ୍ତେ ସାମଗ୍ରୀମାନ ପ୍ରଦାନ କଲେ।


ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀଗୁଡ଼ିକର ଯତ୍ନ ନେଲେ। କୀ‌ଶ୍‌ଙ୍କ ପୁତ୍ର ଶାଉଲ; ନେ‌ର୍‌ଙ୍କ ପୁତ୍ର ଅ‌‌ବ୍‌‌ନର‌ ଓ ସରୁୟାର ପୁତ୍ର ଯୋୟାବ। ଶଲୋମୀତ୍ ଓ ତାଙ୍କ ଆତ୍ମୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଲୋକମାନଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀ ଗୁଡ଼ିକର ଯତ୍ନ ନେଲେ।


ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ।


ରାଜା ଦାଉଦ ସେହିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମୋୟାବ ଓ ଅମ୍ମୋନୀୟ, ପଲେଷ୍ଟୀୟ ଓ ଅମାଲେକୀୟମାନଙ୍କଠାରୁ ଆଣିଥିବା ରୂପା ଓ ସୁନାରେ ଠିକ୍ ସେହି ପ୍ରକାର ସାମଗ୍ରୀ ତିଆରି କଲେ।


ଏହା ପରେ ଶଲୋମନଙ୍କ ଦ୍ୱାରା ମନ୍ଦିର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଶଲୋମନଙ୍କ ବାପା ଦାଉଦ ମନ୍ଦିର ନିମନ୍ତେ ଆଣିଥିବା ପ୍ରତ୍ୟେକ ବିଷୟ ସେ ବ୍ୟବହାର କଲେ। ପ୍ରତ୍ୟେକ ଆସବାବପତ୍ର ଏବଂ ରୂପା ଓ ସୁନାରେ ନିର୍ମିତ ପ୍ରତ୍ୟେକ ବସ୍ତ୍ର ଶଲୋମନ ଆଣିଲେ। ଏହି ସମସ୍ତ ଜିନିଷ ଶଲୋମନ ଆଣି ପରମେଶ୍ୱରଙ୍କ ମନ୍ଦିରର ଭଣ୍ଡାର ଗୃହରେ ରଖିଲେ।


Swiv nou:

Piblisite


Piblisite