Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:21 - ପବିତ୍ର ବାଇବଲ

21 ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ।

Gade chapit la Kopi

ଓଡିଆ ବାଇବେଲ

21 କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।

Gade chapit la Kopi




୧ କରିନ୍ଥୀୟ 1:21
28 Referans Kwoze  

ତ’ପରେ ପବିତ୍ରଆତ୍ମା ଯୀଶୁଙ୍କୁ ଅତ୍ୟନ୍ତ ଆନନ୍ଦିତ କରାଇଲେ। ଯୀଶୁ କହିଲେ, “ହେ ପରମପିତା! ହେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ! ମୁଁ ତୁମ୍ଭକୁ ପ୍ରଶଂସା କରୁଛି। କାରଣ ତୁମ୍ଭେ ଏହି କଥାଗୁଡ଼ିକୁ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚେଇ ରଖିଥିଲେ ମଧ୍ୟ ଶିଶୁମାନଙ୍କ ପରି ଲୋକମାନଙ୍କୁ ଦେଖାଇଛ। ହେ ପରମ ପିତା! ତୁମ୍ଭେ ଏହା ପ୍ରକୃତରେ କରିବାକୁ ଗ୍ଭହୁଁଥିଲ ବୋଲି ତୁମ୍ଭେ ଏହା କଲ।


ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।


ମଣ୍ଡଳୀ ଦ୍ୱାରା ପରମେଶ୍ୱରଙ୍କ ବହୁବିଧ ଜ୍ଞାନ, ସ୍ୱର୍ଗର କର୍ତ୍ତାପଣ ଓ ଅଧିକାର ପ୍ରାପ୍ତ ବ୍ୟକ୍ତିମାନଙ୍କୁ ବର୍ତ୍ତମାନ ଜଣାଇବା ପରମେଶ୍ୱରଙ୍କର ଉଦ୍ଦେଶ୍ୟ ଥିଲା। ସେମାନେ ମଣ୍ଡଳୀ ଯୋଗୁଁ ଏହା ଜାଣି ପାରିବେ।


କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ଉଭୟ ଯିହୂଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ୱରଙ୍କ ଶକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ସ୍ୱରୂପ ଅଟନ୍ତି।


ଦାନିୟେଲ ପ୍ରଶଂସା କରି କହିଲେ, “ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ; କାରଣ ସମସ୍ତ ଜ୍ଞାନ ଓ ପରାକ୍ରମ ତାଙ୍କର।


ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ।


ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ।


“ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି।


ବର୍ତ୍ତମାନ ଜଗତର ବିଗ୍ଭରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡ଼ିତ ହେବାର ଏହା ହେଉଛି ସମୟ।


ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।


କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।


ଏପରିକି ପରମେଶ୍ୱରଙ୍କ ‘ମୂର୍ଖତା’ ମନୁଷ୍ୟର ଜ୍ଞାନଠାରୁ ଅଧିକ ଶକ୍ତିଯୁକ୍ତ। ସେହିପରି ପରମେଶ୍ୱରଙ୍କ ଦୁର୍ବଳତା ମନୁଷ୍ୟର ଶକ୍ତିଠାରୁ ଅଧିକ ଶକ୍ତିଯୁକ୍ତ।


କିନ୍ତୁ ପରମେଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ଦୁର୍ବଳ ବିଷୟ ଗୁଡ଼ିକୁ ମନୋନୀତ କଲେ।


ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।


ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା'ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ?


ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।


କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି।


ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ।


ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।


ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ବାସ କରିବାକୁ ପସନ୍ଦ କଲେ।


ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅ‌ଦ୍‌ଭୂତ


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ।


ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ।


ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।


Swiv nou:

Piblisite


Piblisite