Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:23 - ପବିତ୍ର ବାଇବଲ

23 କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ଵରୂପ ଓ ବିଜାତିମାନଙ୍କ ନିମନ୍ତେ ମୂର୍ଖତାସ୍ଵରୂପ,

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଆମେ କ୍ରୁଶବିଦ୍ଧ ଯୀଶୁଙ୍କୁ ପ୍ରଚାର କରୁଛୁ। ଏହା ଇହୁଦୀମାନଙ୍କ ନିମନ୍ତେ ବିଘ୍ନ ସ୍ୱରୂପ ଓ ଅଣଇହୁଦୀମାନଙ୍କ ଦୃଷ୍ଟିରେ ନିର୍ବୋଧତା ହୋଇପରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,

Gade chapit la Kopi




୧ କରିନ୍ଥୀୟ 1:23
22 Referans Kwoze  

ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ।


ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ ସେମାନଙ୍କ ଲାଗି: “ସେହି ପଥର ଲୋକଙ୍କ ଝୁଣ୍ଟିବା କାରଣ ହୁଏ ସେହି ପଥର ଲୋକଙ୍କ ପତନର କାରଣ ହୁଏ।” ପରମେଶ୍ୱରଙ୍କ କଥା ଅବମାନନା କରିବା ହେତୁ ଲୋକେ ଝୁଣ୍ଟନ୍ତି। ସେହି ଲୋକମାନଙ୍କ ନିମନ୍ତେ ପରମେଶ୍ୱର ଏପରି ଯୋଜନା କରିଥିଲେ।


କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି।


ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା'ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା'ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା।


ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।


ତା'ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉ‌ତ୍‌ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ହିଁ ମୋର ଗର୍ବର ଏକମାତ୍ର କାରଣ। ମୁଁ ଆଶାକରେ ଯେ, ମୁଁ ତାହାଠାରୁ ଆଉ କେଉଁଠାରେ ଗର୍ବ କରିବି ନାହିଁ। କ୍ରୁଶ ଉପରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ମୋ’ ପାଇଁ ଏହି ଜଗତ ମୃତ ଓ ମୁଁ ମଧ୍ୟ ଜଗତ ପାଇଁ ମୃତ।


ସେହି ଲୋକମାନେ ଯୀଶୁଙ୍କୁ ସ୍ୱୀକାର କଲେ ନାହିଁ। ଯୀଶୁ ସେ ଲୋକମାନଙ୍କୁ କହିଲେ, “ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଲୋକେ ସମ୍ମାନ ଦିଅନ୍ତି, କିନ୍ତୁ ନିଜ ସହରରେ ଓ ତାହାଙ୍କ ନିଜ ପରିବାରରେ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ସମ୍ମାନ ପାଏ ନାହିଁ।”


ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଧନ୍ୟ।”


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ହେ ଗାଲାତୀୟ ଲୋକେ! ଯୀଶୁ ଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ୟୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭେମାନେ ମୂର୍ଖ। ତୁମ୍ଭେ କାହାର ଛଳନାରେ ପଡ଼ିଗଲ।


ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ।


ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ।


ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।


ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହୋଇଛୁ। କିନ୍ତୁ ତୁମ୍ଭେମାନେ ନିଜକୁ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭେମାନେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।


ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।


Swiv nou:

Piblisite


Piblisite