୧ କରିନ୍ଥୀୟ 1:6 - ପବିତ୍ର ବାଇବଲ6 ଖ୍ରୀଷ୍ଟଙ୍କ ବିଷୟକ ସତ୍ୟ ତୁମ୍ଭଠାରେ ପ୍ରମାଣିତ ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହିପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। Gade chapit laଓଡିଆ ବାଇବେଲ6 ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟ ସମ୍ପର୍କୀୟ ବାର୍ତ୍ତା ତୁମଠାରେ ଦୃଢ଼ ପ୍ରତିଷ୍ଠିତ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। Gade chapit la |
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’
ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି।
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।