Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:21 - ପବିତ୍ର ବାଇବଲ

21 ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପ୍ରଭୁ ଓ ଶୟତାନ, ଉଭୟଙ୍କ ପାନପାତ୍ରରୁ ତୁମ୍ଭେମାନେ ପାନ କରି ପାରିବ ନାହିଁ। ପ୍ରଭୁ ଓ ଶୟତାନ, ଉଭୟଙ୍କ ମେଜରେ ତୁମ୍ଭେମାନେ ଭୋଜନ କରି ପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।

Gade chapit la Kopi




୧ କରିନ୍ଥୀୟ 10:21
8 Referans Kwoze  

“ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।


ଏଲିୟ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସମ୍ବୋଧନ କଲେ, “ତୁମ୍ଭେମାନେ କେତେକାଳ ଦ୍ୱିମତ ମଧ୍ୟରେ ସନ୍ଦେହରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ୟ ଭାବୁଛ। ଅନ୍ୟ ପକ୍ଷରେ ଯଦି ‌ବା‌ଲ୍‌ଦେବତା ସତ୍ୟ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।” କିନ୍ତୁ ଲୋକମାନେ କିଛି ଉତ୍ତର ଦେଲେ ନାହିଁ।


“ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛ ଓ ଆମ୍ଭର ପବିତ୍ର ପର୍ବତକୁ ପାଶୋରି ଅଛ। ଭଣ୍ଡ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀ ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂରଣ କରୁଅଛ।


ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି?


ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦେବ ମନ୍ଦିର ଭୋଜନ ଶାଳାରେ ବସି ଖାଇବା ପାଇଁ ଉଚିତ୍ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ୱାସୀ, ସେଠାରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ୍ ଜାଣି ମଧ୍ୟ ଏହାକୁ ଖାଇବ।


ତୁମ୍ଭେମାନେ ଏହି ଯେ ମିଶର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏ ସ୍ଥାନରେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜଳାଇ କାହିଁକି ଆପଣା ଆପଣା ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ବିନଷ୍ଟ ହେବ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରେ ଅଭିଶପ୍ତ ଓ ନିନ୍ଦାର ପାତ୍ର ହେବ।


Swiv nou:

Piblisite


Piblisite