Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:5 - ପବିତ୍ର ବାଇବଲ

5 ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍‌‌ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ତନ ହେବା ସଙ୍ଗେ ସମାନ।

Gade chapit la Kopi

ଓଡିଆ ବାଇବେଲ

5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଅପର ପକ୍ଷରେ ଯେଉଁ ନାରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଈଶ୍ୱରଙ୍କ ବାକ୍ୟ ପରିବେଷଣ କରେ, ସେ ତା’ ସ୍ୱାମୀର ଅବମାନନା କରେ। ସେହିଭଳି ନାରୀ, ମୁଣ୍ଡିତମସ୍ତକା ସ୍ତ୍ରୀ ଲୋକ ପରି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।

Gade chapit la Kopi




୧ କରିନ୍ଥୀୟ 11:5
8 Referans Kwoze  

ତେବେ ତୁମ୍ଭେ ତାହାକୁ ଆପଣା ଗୃହକୁ ଆଣିବ ପୁଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ।


ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟ‌ଦ୍‌ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ।


“ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି। ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟ‌ଦ୍‌ବାଣୀ କହି ପାରିବେ। ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।


ମଣ୍ଡଳୀର ସଭାମାନଙ୍କରେ ସ୍ତ୍ରୀମାନେ ଚୁପ୍ ରହିବା ଉଚିତ୍। ପରମେଶ୍ୱରଙ୍କ ଲୋକମାନଙ୍କର ସମସ୍ତ ମଣ୍ଡଳୀରେ ଏହି ନିୟମ ଲାଗୁ ଅଛି। ସ୍ତ୍ରୀଲୋକଙ୍କୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୋଶାଙ୍କ ନିୟମାନୁଯାୟୀ ସେମାନେ ବଶୀଭୂତ ହୋଇ ରହିବା ଉଚିତ୍।


ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।


ପେଷଣା ପଥରରେ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ ଛୋଟ ନଦୀରେ ଗ୍ଭଲିକରି ଯାଅ।


ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ।


ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା'ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।


Swiv nou:

Piblisite


Piblisite