Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:11 - ପବିତ୍ର ବାଇବଲ

11 ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ଏସବୁ ସେହି ଏକ ଆତ୍ମା ହିଁ କରିଥା’ନ୍ତି। ସେ ନିଜର ଇଚ୍ଛା ଅନୁସାରେ ପ୍ରତ୍ୟେକ ବ୍ୟକ୍ତିକୁ ବିଭିନ୍ନ ବିଷୟ ଦାନ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।

Gade chapit la Kopi




୧ କରିନ୍ଥୀୟ 12:11
18 Referans Kwoze  

ଆତ୍ମାଙ୍କ ଦାନ ଅନେକ ପ୍ରକାରର, କିନ୍ତୁ ସେଗୁଡ଼ିକ ସେହି ଏକ ପବିତ୍ରଆତ୍ମାଙ୍କଠାରୁ ଆସିଥାଏ।


କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।


ଆମ୍ଭକୁ ଯେଉଁ କାର୍ଯ୍ୟ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ୱରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ୟ ଅନ୍ତର୍ଭୁକ୍ତ କରେ।


ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି।


ପରମେଶ୍ୱର ଆମ୍ଭମାନଙ୍କ ଜୀବନର ଅନେକ ପ୍ରକାର କାର୍ଯ୍ୟ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସେହି ପରମେଶ୍ୱର ଏକ ଅଟନ୍ତି।


ସତ୍ୟ ବାକ୍ୟ ଦ୍ୱାରା ସେ ଆମ୍ଭକୁ ଜୀବନ ଦାନ ଦେବା ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ୟରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ତ୍ୱପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।


ପରମେଶ୍ୱର ନିଜ ଯୋଜନା ଓ ଇଚ୍ଛା ଅନୁସାରେ ସମସ୍ତ ଘଟଣା ଘଟାନ୍ତି। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କର ଲୋକ ହେବା ପାଇଁ ବାଛିଲେ। ଏ କଥା ସେ ନିଜ ଇଚ୍ଛାନୁସାରେ ଅନାଦି କାଳରୁ ଠିକ୍ କରି ରଖିଥିଲେ।


ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ।


ମୁଁ ଇଚ୍ଛା କରେ ଯେ, ସମସ୍ତେ ମୋ’ ଭଳି ରୁହନ୍ତୁ। କିନ୍ତୁ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କଠାରୁ ଏକ ବିଶେଷ ଅନୁଗ୍ରହ ମିଳିଛି। ଯଦି ଜଣକର ଗୋଟିଏ ପ୍ରକାର ଅନୁଗ୍ରହଦାନ ତା'ହେଲେ ଅନ୍ୟ ଜଣକ ନିମନ୍ତେ ଅନ୍ୟ ପ୍ରକାରର ଅନୁଗ୍ରହଦାନ ଅଛି।


ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ।


ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।


ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।


ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ।


ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”


ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’


ହଁ ପରମପିତା, ତୁମ୍ଭେ ପ୍ରକୃତରେ ଯାହା ଗ୍ଭହୁଁଥିଲ, ତାହା ଘଟିଲା।


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା'ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ।


Swiv nou:

Piblisite


Piblisite