Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:12 - ପବିତ୍ର ବାଇବଲ

12 ସେହି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାଯ୍ୟରେ ଦେଖୁଛୁ, କିନ୍ତୁ ସେତେବେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କେବଳ ଆଂଶିକଭାବରେ ଜାଣିଛି, କିନ୍ତୁ ସେତେବେଳେ ପରମେଶ୍ୱର ମୋତେ ଯେପରି ଜାଣିଛନ୍ତି, ସେହିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ବର୍ତ୍ତମାନ ଆମେ ଯାହା ଦେଖୁଛୁ, ତାହା ଦର୍ପଣରେ ଦେଖାଯାଉଥିବା ଅସ୍ପଷ୍ଟ ପ୍ରତିବିମ୍ବ ପରି। କିନ୍ତୁ ଦିନ ଆସିବ, ଯେତେବେଳେ ତାହା ଆମେ ମୁହାଁମୁହିଁ ହୋଇ ଦେଖିବା। ବର୍ତ୍ତମାନ ମୁଁ ଯାହା ଜାଣୁଛି, ତାହା କେବଳ ଆଂଶିକ। ଈଶ୍ୱର ମୋତେ ସମ୍ପୂର୍ଣ୍ଣଭାବେ ଜାଣିଲା ପରି ସେତେବେଳେ ମୋର ଜ୍ଞାନ ମଧ୍ୟ ସମ୍ପୂର୍ଣ୍ଣ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।

Gade chapit la Kopi




୧ କରିନ୍ଥୀୟ 13:12
20 Referans Kwoze  

ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ୱରଙ୍କର ସନ୍ତାନ, କିନ୍ତୁ ଭବିଷ୍ୟତରେ ଆମ୍ଭେ କ’ଣ ହେବା ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହୋଇଯିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସେହି ରୂପରେ ଦେଖିବା।


ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।


ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି।


ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ।


ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ।


ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି।


ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ; କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।


କିନ୍ତୁ ଯିଏ ପରମେଶ୍ୱରଙ୍କୁ ପ୍ରେମ କରେ, ପରମେଶ୍ୱର ତାହାର ପରିଚୟ ନିଅନ୍ତି।


ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତ‌‌ରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।


ମୁଁ ତା’ ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ୟରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହୋଇ ପ୍ରକାଶ୍ୟ ଭାବରେ ତା’ ସହିତ କଥା କହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧରେ କଥା କହିବାକୁ ତୁମ୍ଭେମାନେ କାହିଁକି ଭୀତ ହେଲ ନାହିଁ?”


ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା'ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।”


“ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି।


ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ।


ଏହି ପ୍ରକାରେ ସଦାପ୍ରଭୁ ମୋଶାଙ୍କ ସହିତ ମୁହାଁମୁହିଁ କଥାବାର୍ତ୍ତା ହେଲେ। ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମୋଶା କଥାବାର୍ତ୍ତା କରି ସାରିବା ପରେ ଛାଉଣିକୁ ଫେରି ଆସିଲେ କିନ୍ତୁ ତାଙ୍କର ପରିଗ୍ଭରକ ସର୍ବଦା ତମ୍ବୁରେ ରହୁଥିଲେ। ସେହି ପରିଗ୍ଭରକର ନାମ ଥିଲା ଯିହୋଶୂୟ, ସେ ଥିଲେ ନୂନର ପୁତ୍ର।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ପୁତ୍ରଗଣଙ୍କ ନିମନ୍ତେ ଏକ ପ୍ରହେଳିକା ଉପସ୍ଥାପନ କର ଏବଂ ସେମାନଙ୍କୁ ଏକ ନୀତିକଥା କୁହ।


ମୋର ଚମଡ଼ା ଧ୍ୱଂସ ହେଲା ପରି, ବିନା ମାଂସରେ ମୁଁ ପରମେଶ୍ୱରଙ୍କୁ ଦେଖିବି।


ହଁ, ପରମେଶ୍ୱର ମହାନ ଅଟନ୍ତି। ଆମ୍ଭେ କିନ୍ତୁ ତାଙ୍କର ମହାନତାକୁ ବୁଝିପାରୁ ନାହୁଁ। ଏହା ଜାଣିବା ଅସମ୍ଭବ ପରମେଶ୍ୱର କେତେ ବର୍ଷରୁ ଅଛନ୍ତି।


ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି।


Swiv nou:

Piblisite


Piblisite