୧ କରିନ୍ଥୀୟ 2:7 - ପବିତ୍ର ବାଇବଲ7 କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଆମ୍ଭେମାନେ ନିଗୂଢ଼ ତତ୍ତ୍ଵ ସ୍ଵରୂପ ଈଶ୍ଵରଙ୍କ ଜ୍ଞାନର କଥା କହୁଅଛୁ; ସେହି ଗୁପ୍ତ ଜ୍ଞାନ ଈଶ୍ଵର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। Gade chapit laଓଡିଆ ବାଇବେଲ7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)7 ମୁଁ ଈଶ୍ୱରଙ୍କ ନିଗୂଢ଼ ଜ୍ଞାନର କଥା ପ୍ରକାଶ କରୁଛି - ସେହି ଜ୍ଞାନ ମନୁଷ୍ୟଠାରୁ ଗୁପ୍ତ ରଖାଯାଇଛି, ଅଥଚ ଆମର ଗୌରବ ନିମନ୍ତେ ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଏହାକୁ ନିରୂପଣ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। Gade chapit la |
ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।