Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:1 - ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

Gade chapit la Kopi

ଓଡିଆ ବାଇବେଲ

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।

Gade chapit la Kopi




୧ କରିନ୍ଥୀୟ 3:1
11 Referans Kwoze  

ଯେ କେବଳ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ୟକ୍ତି ଉଚିତ୍ ଶିକ୍ଷା କ’ଣ ତାହା ଜାଣି ନାହିଁ। ସେମାନେ ଭଲ ଓ ମନ୍ଦର ପାର୍ଥକ୍ୟ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି।


ଯେଉଁମାନେ ଅଭିଜ୍ଞ ଆମ୍ଭେ ସେହିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ଯୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।


ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।


ମୁଁ ଜାଣେ ଯେ ବ୍ୟବସ୍ଥା ହେଉଛି ଆତ୍ମିକ। କିନ୍ତୁ ମୁଁ ଆତ୍ମିକ ନୁହେଁ। ପାପର ଦାସ ଭଳି ମୁଁ ତା’ ପାଖରେ ବିକ୍ରି ହୋଇ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।


ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ୱାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।


ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରିପାରେ। ସେତେବେଳେ ତୁମ୍ଭେମାନେ ଆତ୍ମିକ ଲୋକ ହୋଇଥିବାରୁ, ଭଦ୍ରତା ସହକାରେ ଭୁଲକାର୍ଯ୍ୟ କରୁଥିବା ଲୋକଟିକୁ ସଂଶୋଧନ ହେବା ପାଇଁ ସାହାଯ୍ୟ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭେମାନେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷାରେ ପଡ଼ି ନ ଯାଅ।


ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”


ଯଦି ଜଣେ ଲୋକ ନିଜକୁ ଭାବବାଦୀ ବୋଲି ମନେ କରେ ବା ସେ ନିଜକୁ ଆଧ୍ୟାତ୍ମିକ ଦାନର ଅଧିକାରୀ ବୋଲି ଭାବେ, ତା'ହେଲେ ସେ ବୁଝି ପାରିବା ଉଚିତ୍ ଯେ, ମୁଁ ଯାହାକିଛି ତୁମ୍ଭମାନଙ୍କୁ ଲେଖୁଛି, ତାହା ପ୍ରଭୁଙ୍କର ଆଦେଶ ଅଟେ।


Swiv nou:

Piblisite


Piblisite