Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:23 - ପବିତ୍ର ବାଇବଲ

23 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ପରମେଶ୍ୱରଙ୍କର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି ଖ୍ରୀଷ୍ଟ ଈଶ୍ଵରଙ୍କର।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ୱରଙ୍କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ଈଶ୍ୱରଙ୍କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏବଂ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ବରଙ୍କର।

Gade chapit la Kopi




୧ କରିନ୍ଥୀୟ 3:23
16 Referans Kwoze  

ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।


କିନ୍ତୁ ପ୍ରତ୍ୟେକ ଲୋକ କ୍ରମାନୁସାରେ ପୁନଃ ଜୀବିତ ହେବେ। ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ ତା'ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ ପୁନରୁ‌ତ୍‌‌ଥିତ ହେବେ।


ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।


ମୁଁ ସେମାନଙ୍କୁ ଜଗତ ମଧ୍ୟକୁ ପଠାଇ ଦେଇଛି ଯେପରି ତୁମ୍ଭେ ମୋତେ ଏହି ଜଗତକୁ ପଠାଇଲ।


ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।


ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା'ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ।


ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ'ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।


କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।


କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ୱାନ କଲାବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠାରେ ସ୍ୱାଧୀନ ଲୋକ। ସେହି ପ୍ରକାର ସ୍ୱାଧୀନ ଲୋକ ଥିଲାବେଳେ ପ୍ରଭୁ ଯାହାକୁ ଆହ୍ୱାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ।


ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ।


ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”


ସମସ୍ତ ଖ୍ରୀଷ୍ଟଙ୍କ ବଶୀଭୂତ ହେଲା ଉତ୍ତାରେ ତାଙ୍କ ପୁତ୍ର ଖ୍ରୀଷ୍ଟ ମଧ୍ୟ ପରମେଶ୍ୱରଙ୍କ ବଶୀଭୂତ ହେବେ। ଯେଉଁ ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଖ୍ରୀଷ୍ଟଙ୍କ ବଶୀଭୂତ କଲେ, ସେହି ଖ୍ରୀଷ୍ଟ ପରମେଶ୍ୱରଙ୍କ ବଶୀଭୂତ ହେବେ ଓ ଏହିଭଳି ପ୍ରତ୍ୟେକ ବିଷୟ ଉପରେ ପରମେଶ୍ୱର ଶାସନ ପ୍ରତିଷ୍ଠିତ କରିବେ।


Swiv nou:

Piblisite


Piblisite