Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:7 - ପବିତ୍ର ବାଇବଲ

7 ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ, ଯେ ରୋପଣ କରେ କିମ୍ଵା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ଵର, ସେ ସାର।

Gade chapit la Kopi

ଓଡିଆ ବାଇବେଲ

7 ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ୱର, ସେ ସାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସୁତରାଂ ରୋପଣକାରୀ ଓ ସେଚନକାରୀ କିଛି ନୁହଁନ୍ତି। କେବଳ ବୃଦ୍ଧି ସାଧନକର୍ତ୍ତା ଈଶ୍ୱର ସର୍ବେସର୍ବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ, ଯେ ରୋପଣ କରେ କିମ୍ବା ଯେ ଜଳ ସେଚନ କରେ, ସେ କିଛି ନୁହେଁ, ମାତ୍ର ବୃଦ୍ଧି ସାଧନ କରନ୍ତି ଯେ ଈଶ୍ବର, ସେ ସାର।

Gade chapit la Kopi




୧ କରିନ୍ଥୀୟ 3:7
12 Referans Kwoze  

“ମୁଁ ଦ୍ରାକ୍ଷାଲତା ଓ ତୁମ୍ଭେମାନେ ଶାଖା। ଯେଉଁ ଲୋକ ମୋ'ଠାରେ ରହେ ଓ ମୁଁ ତା'ଠାରେ ରହେ, ସେହି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମୋ’ ବିନା ସେ କିଛି କରି ପାରିବ ନାହିଁ।


ଯଦି ଜଣେ ଅତି ନଗନ୍ୟ ହୋଇଥିଲେ ହେଁ ନିଜକୁ ମହାନ୍ ବୋଲି ଭାବେ, ତେବେ ସେ ନିଜକୁ ପ୍ରତାରଣା କରେ।


କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ'ଠାରେ ରହିଥିବ।


ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।


ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ'ଠାରେ ପ୍ରେମ ନାହିଁ, ତା'ହେଲେ ମୁଁ କିଛି ନୁହେଁ।


ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।


ସେମାନେ ସମସ୍ତେ ଅସାର ଓ ସେମାନଙ୍କର କର୍ମସବୁ ତୁଚ୍ଛ। ସେମାନେ ଛାଞ୍ଚରେ ଢଳା ବାୟୁଶୂନ୍ୟ ପ୍ରତିମାଗଣ ମାତ୍ର।


ସମସ୍ତ ଗୋଷ୍ଠୀ ପରମେଶ୍ୱରଙ୍କ ତୁଳନାରେ ଅତି ନଗଣ୍ୟ ତୁଚ୍ଛ। ସେମାନେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ୟ ଗଣ୍ୟ ଅଟନ୍ତି।


ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର। ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ, ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।


ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ।


ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।


ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ'ଠାରୁ ଅଧିକ ମଧ୍ୟ ନୁହନ୍ତି।


Swiv nou:

Piblisite


Piblisite