Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:8 - ପବିତ୍ର ବାଇବଲ

8 ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।

Gade chapit la Kopi

ଓଡିଆ ବାଇବେଲ

8 ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ରୋପଣକାରୀ ଓ ସେଚନକାରୀ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। ନିଜ ନିଜ ପରିଶ୍ରମ ଅନୁସାରେ ଈଶ୍ୱର ସେମାନଙ୍କୁ ପୁରସ୍କୃତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେ ରୋପଣ କରେ ଓ ଯେ ସେଚନ କରେ, ସେ ଦୁହେଁ ଏକ, କିନ୍ତୁ ପ୍ରତ୍ୟେକ ଜଣ ଆପଣା ପରିଶ୍ରମ ଅନୁସାରେ ନିଜର ପୁରସ୍କାର ପାଇବ।

Gade chapit la Kopi




୧ କରିନ୍ଥୀୟ 3:8
25 Referans Kwoze  

ପରମେଶ୍ୱର ପ୍ରତ୍ୟେକ ଲୋକକୁ ନିଜ ନିଜର କର୍ମ ଅନୁସାରେ ପୁରସ୍କାର ବା ଦଣ୍ଡ ଦେବେ।


ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।


ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା'ର କର୍ମ ଅନୁସାରେ ଫଳ ଦେବେ।


“ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା।


ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ। ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।


ଅତଏବ, ମୋ’ ଭାଇ ଓ ଭଉଣୀମାନେ, ଦୃଢ଼ ଭାବରେ ସ୍ଥିର ରୁହ। କୌଣସି ବିଷୟ ତୁମ୍ଭକୁ ଅସ୍ଥିର ନ କରୁ। ପରମେଶ୍ୱରଙ୍କ ପାଇଁ କରାଯାଇଥିବା ତୁମ୍ଭର କାର୍ଯ୍ୟ କଦାପି ବ୍ୟର୍ଥ ଯିବ ନାହିଁ। ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ନିଜକୁ ନିୟୋଜିତ କର।


ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।


ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ।


ଜଣେ ଲୋକ ନିଜକୁ ଅନ୍ୟ ସହିତ ତୁଳନା କରିବା ଉଚିତ୍ ନୁହେଁ। ମାତ୍ର ପ୍ରତ୍ୟେକ ଲୋକ ନିଜର କାର୍ଯ୍ୟଗୁଡ଼ିକୁ ପରୀକ୍ଷା ନିରୀକ୍ଷା କରିବା ଉଚିତ୍। ତା'ହେଲେ ସେ ନିଜର କାମ ପାଇଁ ଗର୍ବ ଅନୁଭବ କରି ପାରିବ।


ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହୋଇ ରହିଥିବ। ତା'ହେଲେ ସେ ଲୋକ ତା'ର ପୁରସ୍କାର ପାଇବ।


ଆମ୍ଭେମାନେ ଏକତ୍ର ମିଳି ପରମେଶ୍ୱରଙ୍କ ନିମନ୍ତେ କାର୍ଯ୍ୟ କରୁଛୁ, ଓ ତୁମ୍ଭେମାନେ ପରମେଶ୍ୱରଙ୍କର ଗ୍ଭଷଜମି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଗୃହ ଅଟ।


ଆଉ ଜ୍ଞାନୀ ଲୋକମାନେ ଆକାଶର ଦୀପ୍ତିର ଗୌରବ ତୁଲ୍ୟ ହେବେ ଏବଂ ଯେଉଁମାନେ ଅନ୍ୟକୁ ବହୁତ ଧାର୍ମିକତା କାର୍ଯ୍ୟ କରିବେ, ଶେଷ ସମୟ ପର୍ଯ୍ୟନ୍ତ ତାରାଗଣ ତୁଲ୍ୟ ଉଜ୍ଜ୍ୱଳ ହେବେ।


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ଯିଏ କି ଡିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ। ପୁଣି ଯେ ଆପଣା ପ୍ରଭୁ ପ୍ରତି ଅନୁଯୋଗୀ ଥାଏ, ସେ ସମ୍ମାନ ପାଏ।


ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି।


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଦଶ ହଜାର ଶିକ୍ଷକ ଥାଇ ପାରନ୍ତି, କିନ୍ତୁ ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି, ସୁସମାଗ୍ଭର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସକାଶେ ମୁଁ ତୁମ୍ଭମାନଙ୍କର ପିତା ହୋଇଛି।


ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ?


ପ୍ରତ୍ୟେକ ଲୋକ ନିଜ ନିଜର ଦାୟିତ୍ୱ ବହନ କରିବା ଉଚିତ୍।


ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’


Swiv nou:

Piblisite


Piblisite