୧ କରିନ୍ଥୀୟ 4:1 - ପବିତ୍ର ବାଇବଲ1 ଆମ୍ଭ ବିଷୟରେ ଲୋକମାନଙ୍କର ଭାବିବା ଦରକାର ଯେ, ଆମ୍ଭେ ଖ୍ରୀଷ୍ଟଙ୍କର ସେବକ। ପରମେଶ୍ୱର ନିଜର ଗୋପନୀୟ ସତ୍ୟଗୁଡ଼ିକୁ ଆମ୍ଭ ନିକଟରେ ଭରସା ରଖି ଜଣାଇ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵର ଭଣ୍ତାରଘରିଆ ବୋଲି ମନେ କରନ୍ତୁ। Gade chapit laଓଡିଆ ବାଇବେଲ1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)1 ତୁମେ ଆମକୁ ଈଶ୍ୱରଙ୍କ ସେବକ ବୋଲି ବିବେଚନା କରିବା ଉଚିତ୍। ଈଶ୍ୱର ଆମକୁ ଐଶ୍ୱରିକ ନିଗୂଢ଼ ତତ୍ତ୍ୱର ତତ୍ତାବଧାରକ କରିଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।