୧ କରିନ୍ଥୀୟ 4:5 - ପବିତ୍ର ବାଇବଲ5 ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ; ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ; ସେତେବେଳେ ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ପ୍ରଶଂସା ପାଇବ। Gade chapit laଓଡିଆ ବାଇବେଲ5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ । Gade chapit laପବିତ୍ର ବାଇବଲ (CL) NT (BSI)5 ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ। Gade chapit la |
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ଯ୍ୟଗୁଡ଼ିକୁ ଛାଡ଼ି ଦେଇଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ୱରଙ୍କ ବାକ୍ୟରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ୟକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହା ଦ୍ୱାରା ଲୋକମାନଙ୍କଠାରେ ଆମ୍ଭେ ନିଜର ବ୍ୟକ୍ତିତ୍ୱ ପ୍ରତିପାଦନ କରୁଛୁ, ଯାହାଦ୍ୱାରା ସମସ୍ତେ ନିଜ ହୃଦୟରେ ଜାଣି ପାରିବେ ଯେ, ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭେମାନେ ସତ୍ୟ ବାକ୍ୟ ପ୍ରଗ୍ଭର କରୁଅଛୁ।
ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।