୧ କରିନ୍ଥୀୟ 5:1 - ପବିତ୍ର ବାଇବଲ1 ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି, Gade chapit laପବିତ୍ର ବାଇବଲ (Re-edited) - (BSI)1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ବିଜାତିମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି। Gade chapit laଓଡିଆ ବାଇବେଲ1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି । Gade chapit laପବିତ୍ର ବାଇବଲ (CL) NT (BSI)1 ବାସ୍ତବରେ ଶୁଣାଯାଉଛି ଯେ, ତୁମ୍ଭେମାନେ ଯେଉଁ ଭୟଙ୍କର ବ୍ୟଭିଚାରରେ ଲିପ୍ତ, ତାହା ବିଜାତୀୟମାନଙ୍କ ମଧ୍ୟରେ ସୁଦ୍ଧା ଦେଖାଯାଏ ନାହିଁ। ମୁଁ ଶୁଣୁଛି, ତୁମ ଭିତରୁ ଜଣେ ତା’ର ସାବତ ବା ସହିତ ସହବାସ କରୁଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୁଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି। Gade chapit la |
ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।
ରୁବେନ୍ ଇସ୍ରାଏଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶେଷ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ଯୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷେଫଙ୍କ ପୁତ୍ରଙ୍କୁ ଦିଆଗଲା। ପରିବାରର ଇତିହାସରେ ଜନ୍ମଗତ ଅଧିକାର ଅନୁସାରେ, ପ୍ରଥମଜାତ ପୁତ୍ର ଭାବରେ ରୁବେନଙ୍କ ନାମ ଲିଖିତ ହୋଇ ନାହିଁ। ଯଦିଓ ଯିହୁଦା ତାଙ୍କର ଭ୍ରାତାମାନଙ୍କ ମଧ୍ୟରେ ଅଧିକ ଶକ୍ତିଶାଳୀ ହେଲେ ଏବଂ ଜଣେ ଶାସକ ତାଙ୍କ ବଂଶରୁ ଆସିଲେ ଜନ୍ମଗତ ଅଧିକାର ଓ ଆଶୀର୍ବାଦ ଯୋଷେଫଙ୍କ ପରିବାର ପାଇଲା। ରୁବେନଙ୍କ ପୁତ୍ରମାନେ ଥିଲେ: ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।