Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 5:2 - ପବିତ୍ର ବାଇବଲ

2 ତଥାପି ମଧ୍ୟ ତୁମ୍ଭେମାନେ ଏହିସବୁ ପାଇଁ ଗର୍ବୀ। ତୁମ୍ଭେମାନେ ଏଥିପାଇଁ ଦୁଃଖିତ ହେବା ଉଚିତ୍। ଯିଏ ଏପରି ବ୍ୟଭିଗ୍ଭର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥି ନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତଥାପି ତୁମ୍ଭେମାନେ କିପରି ନିଜ ବିଷୟରେ ଗର୍ବ କରି ପାରୁଛ? ପ୍ରକୃତ ପକ୍ଷରେ ତୁମ୍ଭେମାନେ ଲଜ୍ଜିତ ହୋଇ ସେହି ଭଳି ଲୋକକୁ ତୁମ ମଧ୍ୟରୁ ବହିଷ୍କାର କରିଦେବା ଉଚିତ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?

Gade chapit la Kopi




୧ କରିନ୍ଥୀୟ 5:2
16 Referans Kwoze  

ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।


ତା'ପରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଯିରୁଶାଲମ ନଗର ମଧ୍ୟଦେଇ ଯାଅ ଓ ସହରରେ ଘଟିଥିବା ଘୃଣ୍ୟ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥାରେ ଦାଗ ଦିଅ।”


କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁ‌ପ୍‌ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋ‌ର୍‌ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।


ମୋ’ ଚକ୍ଷୁରୁ ଅଶ୍ରୁ ନଦୀପରି ବହୁଛି। କାରଣ ଲୋକମାନେ ତୁମ୍ଭର ବ୍ୟବସ୍ଥାମାନ ପାଳନ କରୁ ନାହାନ୍ତି।


ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଜ୍ଞାତୀମାନଙ୍କ ନିକଟକୁ ଏକ ମିଦିୟନୀୟା ସ୍ତ୍ରୀ କି ଆଣିଲା। ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ବିଳାପ କରୁଥିଲେ।


ତୁମ୍ଭମାନଙ୍କ ଭିତରୁ ଅନେକ ଅହଂକାରୀ ହୋଇ ଯାଇଛ। ଏହାଭାବି ତୁମ୍ଭେମାନେ ଗର୍ବ କର ଯେ ମୁଁ ତୁମ୍ଭମାନଙ୍କ ପାଖକୁ ଆଉ କେବେ ଯିବି ନାହିଁ।


ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ।


Swiv nou:

Piblisite


Piblisite