Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 5:3 - ପବିତ୍ର ବାଇବଲ

3 ମୁଁ ସ୍ୱଶରୀରରେ ତୁମ୍ଭମାନଙ୍କ ପାଖରେ ନାହିଁ କିନ୍ତୁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁ ଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଗ୍ଭର କରିଥା’ନ୍ତି, ସେହିପରି ମୁଁ ବିଗ୍ଭର କରି ସାରିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହିପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୁଁ ସେଠାରେ ଶାରୀରିକ ଭାବରେ ଅନୁପସ୍ଥିତ ଥିଲେ ସୁଦ୍ଧା, ଆତ୍ମିକ ଭାବରେ ଉପସ୍ଥିତ ବୋଲି ମନେ କରି, ସେହିପରି ଜଘନ୍ୟ କାର୍ଯ୍ୟ କରିଥିବା ବ୍ୟକ୍ତି ବିରୁଦ୍ଧରେ ପ୍ରଭୁ ଯୀଶୁଙ୍କ ନାମରେ ଦଣ୍ଡବିଧାନ କରି ସାରିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ମୁଁ ଶରୀରରେ ଅନୁପସ୍ଥିତ ହେଲେ ସୁଦ୍ଧା ଆତ୍ମାରେ ଉପସ୍ଥିତ ଥାଇ, ଯେ ଏହି ପ୍ରକାର କର୍ମ କରିଅଛି, ଉପସ୍ଥିତ ଥିଲା ପରି ପ୍ରଭୁ ଯୀଶୁଙ୍କ ନାମରେ ତାହାର ବିଚାର କରିସାରିଅଛି,

Gade chapit la Kopi




୧ କରିନ୍ଥୀୟ 5:3
6 Referans Kwoze  

ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।


ଭାଇ ଓ ଭଉଣୀମାନେ! ଆମ୍ଭେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ପାଖରୁ ଦୂରରେ ଥିଲୁ। ଆମ୍ଭେ ଶାରୀରିକ ଭାବରେ ସେଠାରେ ନ ଥିଲେ ମଧ୍ୟ, ଆମ୍ଭର ଚିନ୍ତାଗୁଡ଼ିକ ସେଠାରେ ଅଛି। ଆମ୍ଭେ ତୁମ୍ଭମାନଙ୍କୁ ଦେଖିବା ଲାଗି ବ୍ୟଗ୍ର ଥିଲୁ ଓ ସେଥିପାଇଁ ଅଧିକ ଯତ୍ନ ମଧ୍ୟ କରିଥିଲୁ।


ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି।


ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ରରେ ଲେଖିଛୁ। କିନ୍ତୁ ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଯିବୁ ଆମ୍ଭେ ଦେଖାଇ ଦେବୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସେହି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।


ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବେଦନ କରେ। କେତେକ ଲୋକ କୁହନ୍ତି, ମୁଁ ତୁମ୍ଭ ମଧ୍ୟରେ ଥିଲାବେଳେ ନମ୍ର ଥାଏ କିନ୍ତୁ ଦୂରରେ ଥିଲାବେଳେ ସାହସୀ ବା ନିର୍ଭୟ ଅଟେ।


ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।”


Swiv nou:

Piblisite


Piblisite