Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 7:7 - ପବିତ୍ର ବାଇବଲ

7 ମୁଁ ଇଚ୍ଛା କରେ ଯେ, ସମସ୍ତେ ମୋ’ ଭଳି ରୁହନ୍ତୁ। କିନ୍ତୁ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କଠାରୁ ଏକ ବିଶେଷ ଅନୁଗ୍ରହ ମିଳିଛି। ଯଦି ଜଣକର ଗୋଟିଏ ପ୍ରକାର ଅନୁଗ୍ରହଦାନ ତା'ହେଲେ ଅନ୍ୟ ଜଣକ ନିମନ୍ତେ ଅନ୍ୟ ପ୍ରକାରର ଅନୁଗ୍ରହଦାନ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ଦାନ ପାଇଅଛି।

Gade chapit la Kopi

ଓଡିଆ ବାଇବେଲ

7 ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା । ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ଦାନ ପାଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମେ ସମସ୍ତେ ମୋ’ ପରି ହୁଅ ବୋଲି ମୁଁ ଚାହେଁ। କିନ୍ତୁ ପ୍ରତ୍ୟେକେ ଈଶ୍ୱରଙ୍କଠାରୁ ବିଶେଷ ବିଶେଷ ଦାନ ପାଇଛନ୍ତି; କାହାକୁ ଗୋଟିଏ ପ୍ରକାର ଓ ଅନ୍ୟକୁ ଭିନ୍ନ ଏକ ପ୍ରକାର ଦାନ ପ୍ରଦତ୍ତ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି।

Gade chapit la Kopi




୧ କରିନ୍ଥୀୟ 7:7
9 Referans Kwoze  

ଜଣେ ବିଶ୍ୱାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗରେ ନେଇ ଯିବା ପାଇଁ କ’ଣ ଆମ୍ଭର ଅଧିକାର ନାହିଁ? ଅନ୍ୟ ପ୍ରେରିତମାନେ, ପ୍ରଭୁଙ୍କର ଭାଇମାନେ ଓ କେଫାତ ଏପରି କରୁଛନ୍ତି।


ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ।


ଆତ୍ମାଙ୍କ ଦାନ ଅନେକ ପ୍ରକାରର, କିନ୍ତୁ ସେଗୁଡ଼ିକ ସେହି ଏକ ପବିତ୍ରଆତ୍ମାଙ୍କଠାରୁ ଆସିଥାଏ।


ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସେମାନେ ମୋ’ ଭଳି ଏକାକୀ ରହି ପାରିବେ, ତା'ହେଲେ ଭଲ।


ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।


ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”


କିନ୍ତୁ ମୁଁ ଉକ୍ତ ଅଧିକାରଗୁଡ଼ିକରୁ ଗୋଟିଏ ମଧ୍ୟ କେବେ ହେଲେ ପ୍ରୟୋଗ କରି ନାହିଁ। ମୁଁ ମଧ୍ୟ କିଛି ପାଇବା ପାଇଁ ଚେଷ୍ଟା କରି ନାହିଁ। ଏହି ଉଦ୍ଦେଶ୍ୟରେ ମୁଁ ଏହା ଲେଖି ନାହିଁ। କେହି ମୋହର ଏହି ଗର୍ବର ଅଧିକାର ମୋ'ଠାରୁ ଛଡ଼ାଇ ନେଇଗଲେ ବରଂ ମୋର ମରିଯିବା ଭଲ।


ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।”


Swiv nou:

Piblisite


Piblisite