Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:10 - ପବିତ୍ର ବାଇବଲ

10 ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦେବ ମନ୍ଦିର ଭୋଜନ ଶାଳାରେ ବସି ଖାଇବା ପାଇଁ ଉଚିତ୍ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ୱାସୀ, ସେଠାରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ୍ ଜାଣି ମଧ୍ୟ ଏହାକୁ ଖାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ଦେବାଳୟରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାʼର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?

Gade chapit la Kopi

ଓଡିଆ ବାଇବେଲ

10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମନେକର, ଜଣେ ଦୁର୍ବଳ ବିଶ୍ୱାସୀ ତୁମ ପରି ଏକ ଜ୍ଞାନବାନ ବ୍ୟକ୍ତିକୁ ମନ୍ଦିର ମଧ୍ୟରେ ପ୍ରସାଦ ସେବନ କରିବା ଦେଖେ, ସେ କ’ଣ ପ୍ରସାଦ ସେବନ କରବା ପାଇଁ ଉତ୍ସାହିତ ହେବ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?

Gade chapit la Kopi




୧ କରିନ୍ଥୀୟ 8:10
13 Referans Kwoze  

ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି।


କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା'ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା'ହେଲେ ସେ ପାପ କରୁଛି।


କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।


ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।


ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।


ଶିଖିମର ଲୋକମାନେ ସେମାନଙ୍କର ନିଜ କ୍ଷେତ୍ରରୁ ଦ୍ରାକ୍ଷାଫଳ ତୋଳିଲେ। ଦ୍ରାକ୍ଷାରସ ତିଆରି କରିବାକୁ ଦ୍ରାକ୍ଷାଫଳକୁ ସେମାନେ ଚିପୁଡ଼ିଲେ। ତା'ପରେ ସେମାନେ ସେମାନଙ୍କ ଦେବତାଙ୍କର ମନ୍ଦିରକୁ ଉତ୍ସବ ପାଳନ କରିବାକୁ ଗଲେ। ସେଠାରେ ସେମାନେ ନୈଶ ଭୋଜନ ଓ ପାନ କଲେ ଓ ଅବୀମେଲକକୁ ଶାପ ଦେଲେ।


ସେମାନଙ୍କର ଭଣ୍ତ ଦେବତାଙ୍କୁ ବଳିଦେବା ନିମନ୍ତେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ନିମନ୍ତ୍ରଣ କରିଥିଲେ। ସେମାନେ ବଳିଦାନ ଭୋଜନ କଲେ ଓ ସେମାନଙ୍କ ଭଣ୍ତ ଦେବତାଗଣଙ୍କୁ ପୂଜା କଲେ।


ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ।


ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


କିନ୍ତୁ ନିଜର ସ୍ୱାଧୀନତା ବିଷୟରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ୱାଧୀନତା, ଦୁର୍ବଳ ବିଶ୍ୱାସୀମାନଙ୍କୁ ପାପରେ ନ ପକାଉ।


Swiv nou:

Piblisite


Piblisite