Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:13 - ପବିତ୍ର ବାଇବଲ

13 ଯଦି ମୋର ମାଂସ ଖାଇବା ଦ୍ୱାରା ମୋ’ ଭାଇ ପାପରେ ପଡ଼ିବ, ତା'ହେଲେ ମୁଁ ଭବିଷ୍ୟତରେ ଆଉ ମାଂସ ଖାଇବି ନାହିଁ। ଏପ୍ରକାରେ ମୁଁ ମୋ’ ଭାଇର ବିଘ୍ନର କାରଣ ହେବି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ଵାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କେବେ ହେଲେ ମାଂସ ଖାଇବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।

Gade chapit la Kopi




୧ କରିନ୍ଥୀୟ 8:13
14 Referans Kwoze  

ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା'ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।


ଯଦି ଜଣେ କେହି ଦୁର୍ବଳ, ମୁଁ ମଧ୍ୟ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଗ୍ଭଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତେବେ ମୁଁ ଅନ୍ତର ମଧ୍ୟରୁ ଯନ୍ତ୍ରଣା ଅନୁଭବ କରେ।


ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ।


ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ।


“ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି।” କିନ୍ତୁ ପ୍ରତ୍ୟେକ ବିଷୟ ଭଲ ନୁହେଁ। “ସମସ୍ତ ବିଷୟ ସାଧନ କରିବା ପାଇଁ ମୋତେ ଅନୁମତି ମିଳିଛି” କିନ୍ତୁ ମୋ’ ଉପରେ କର୍ତ୍ତୃତ୍ୱ କରିବାକୁ ମୁଁ କାହାକୁ ଦେବି ନାହିଁ।


ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।


ଯଦି ଅନ୍ୟମାନଙ୍କର ତୁମ୍ଭଠାରେ ଏହି ଦାବୀ ଅଛି, ତେବେ ଆମ୍ଭର କ’ଣ ଏଥିରେ ଅଧିକ ଦାବୀ ନାହିଁ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରୟୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଗ୍ଭର କାର୍ଯ୍ୟ କାଳେ ବାଧାପ୍ରାପ୍ତ ହେବ, ଏଥିପାଇଁ ଆମ୍ଭେ ସହ୍ୟ କରିଅଛୁ।


କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା'ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”


ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ।


ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ।


Swiv nou:

Piblisite


Piblisite