୧ କରିନ୍ଥୀୟ 8:4 - ପବିତ୍ର ବାଇବଲ4 ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ଵର ବିନା ଦ୍ଵିତୀୟ ନାହିଁ। Gade chapit laଓଡିଆ ବାଇବେଲ4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ପ୍ରତିମାର ପ୍ରସାଦ ସେବନ ବିଷୟରେ ଆମେ ଜାଣୁ ଯେ, ଏ ଜଗତରେ ପ୍ରତିମାର କୌଣସି ପ୍ରକୃତ ଅସ୍ତିତ୍ୱ ନାହିଁ। ଆମ ଈଶ୍ୱର ହିଁ ଏକମାତ୍ର ଈଶ୍ୱର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ବର ବିନା ଦ୍ୱିତୀୟ ନାହିଁ। Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”