Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:7 - ପବିତ୍ର ବାଇବଲ

7 କିନ୍ତୁ ଏହି ଜ୍ଞାନ ସମସ୍ତଙ୍କ ପାଖରେ ନାହିଁ। କେତେକ ଲୋକ ପୂର୍ବ ଅଭ୍ୟାସ ଯୋଗୁଁ ଏବେ ସୁଦ୍ଧା ମୂର୍ତ୍ତି ଉପାସନା କରନ୍ତି। ଏବଂ ମାଂସ ଖାଇବା ବେଳେ, ତାହା ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଏ ପ୍ରସାଦ ବୋଲି ମନେ କରନ୍ତି। ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ଏ ସମ୍ବନ୍ଧରେ ସେମାନଙ୍କର ନିଶ୍ଚିତ ବୋଧ ନାହିଁ। ଅତଏବ, ଖାଇଲା ବେଳେ ନିଜେ ନିଜକୁ ଦୋଷୀ ମନେ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

7 ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ଏ ଜ୍ଞାନ ସମସ୍ତଙ୍କର ନାହିଁ। କେହି କେହି ପ୍ରତିମା ପୂଜାରେ ଏତେ ଅଭ୍ୟସ୍ତ ହୋଇ ଯାଇଛନ୍ତି ଯେ, ଏବେ ମଧ୍ୟ ସେମାନେ ପ୍ରତିମା ନିକଟରେ ଉତ୍ସର୍ଗିତ ଖାଦ୍ୟକୁ ଦେବ ପ୍ରସାଦ ବୋଲି ମନେକରି ଖାଉଛନ୍ତି। ସେମାନଙ୍କ ବିବେକ ଦୁର୍ବଳ, ତେଣୁ ସେହି ଖାଦ୍ୟ ଖାଇବା ଦ୍ୱାରା ସେମାନେ କଳୁଷିତ ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।

Gade chapit la Kopi




୧ କରିନ୍ଥୀୟ 8:7
11 Referans Kwoze  

ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।


ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।


ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ।


ଏବେ ମୁଁ ମୂର୍ତ୍ତିଗୁଡ଼ିକଠାରେ ଉତ୍ସର୍ଗୀକୃତ ମାଂସ ବିଷୟରେ କହିବି। ଆମ୍ଭେ ଜାଣୁ “ଆମ୍ଭ ସମସ୍ତଙ୍କ ପାଖରେ ଜ୍ଞାନ ଅଛି।” କିନ୍ତୁ “ଜ୍ଞାନ” ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।


ଅତଏବ ମାଂସ ଖାଇବା ବିଷୟରେ ମୁଁ ଏହା କହେ ଯେ, ଆମ୍ଭେ ଜାଣୁ ଯେ ଜଗତରେ ପ୍ରକୃତରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ୱର ଅଛନ୍ତି।


ବଜାରରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବେକ ସକାଶେ ଏହି ମାଂସ ଖାଇବା ଉଚିତ୍ କି ନୁହେଁ, ସେ ବିଷୟରେ କୌଣସି ପ୍ରଶ୍ନ ପଗ୍ଭର ନାହିଁ।


ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ।


Swiv nou:

Piblisite


Piblisite