୧ ଯୋହନ 1:3 - ପବିତ୍ର ବାଇବଲ3 ବର୍ତ୍ତମାନ ତୁମ୍ଭମାନଙ୍କୁ ସେହି ସମ୍ବନ୍ଧରେ କହିବୁ ଯାହା ଆମ୍ଭେମାନେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ୱାରା ତୁମ୍ଭେମାନେ ଆମ୍ଭର ସହଭାଗୀ ହୋଇପାରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ୟ ସହଭାଗୀ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି। Gade chapit laଓଡିଆ ବାଇବେଲ3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହିତ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)3 ଯାହା ଆମେ ବାସ୍ତବରେ ଦେଖଛୁ ଓ ଶୁଣିଛୁ, କେବଳ ସେହି କଥା ତୁମ୍ଭମାନଙ୍କ ନିକଟରେ ଘୋଷଣା କରି କହୁଛୁ। ଏହି ଶୁଣି ପିତା ଈଶ୍ୱର ସ ତାଙ୍କ ପୁତ୍ର ଯୀଶୁ ଖ୍ର୍ରୀଷ୍ଟଙ୍କ ସହିତ ଆମର ଯେଉଁ ସାହାଚର୍ଯ୍ୟ ଅଛି, ସେଥିରେ ତୁମ୍ଭେମାନେ ଭାଗୀ ହେବ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି। Gade chapit la |
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।