Biblia Todo Logo
Bib sou entènèt

- Piblisite -




୧ ଯୋହନ 2:10 - ପବିତ୍ର ବାଇବଲ

10 ନିଜ ଭାଇକୁ ପ୍ରେମ କରୁଥିବା ବ୍ୟକ୍ତି ଆଲୋକରେ ବାସ କରୁଥାଏ ଏବଂ ତା'ଠାରେ ଭୁଲ୍ କାମ କରିବାର କୌଣସି କାରଣ ନ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯେ କେହି ନିଜର ଭାଇକୁ ପ୍ରେମ କରେର , ତା’ର ସ୍ଥିତି ଆଲୋକରେ; ସେ ସହଜରେ ଝୁଣ୍ଟିପଡ଼େ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।

Gade chapit la Kopi




୧ ଯୋହନ 2:10
14 Referans Kwoze  

ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ।


ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ।


ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା। ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।”


ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ।


ଯୀଶୁ ତାହାଙ୍କୁ ବିଶ୍ୱାସ କରୁଥିବା ଯିହୂଦୀମାନଙ୍କୁ କହିଲେ, “ଯଦି ତୁମ୍ଭେ ମୋର ଶିକ୍ଷା ସବୁବେଳେ ମାନି ଚଳିବ, ତେବେ ତୁମ୍ଭେ ମୋର ପ୍ରକୃତ ଶିଷ୍ୟ ହେବ।


ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।


କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।


ଯେପରି ତୁମ୍ଭେ ଭଲ ଓ ମନ୍ଦର ପାର୍ଥକ୍ୟ ଦେଖି ପାରିବ ଓ ଉତ୍ତମ ବିଷୟ ବାଛି ପାରିବ। ତହିଁରେ ଖ୍ରୀଷ୍ଟ ଯେଉଁଦିନ ଆସିବେ, ତୁମ୍ଭେ ଶୁଦ୍ଧ ଓ ଦୋଷଶୂନ୍ୟ ହେବ;


ଯେଉଁ ବ୍ୟକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକେଇ ପାରିବ ନାହିଁ।


ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ।


ଯୀଶୁ କହିଲେ, “ତୁମ୍ଭମାନଙ୍କ ପାଖରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖରେ ଥିବା ପର୍ଯ୍ୟନ୍ତ ଗ୍ଭଲ। ତେବେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାରରେ ଗ୍ଭଲୁଥିବା ବ୍ୟକ୍ତି କେଉଁଆଡ଼େ ଯାଉଛି ଜାଣି ପାରେ ନାହିଁ।


କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ୟକ୍ତି ଅନ୍ଧକାରରେ ଥାଏ। ସେ ଅନ୍ଧକାରରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପାରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରିଦେଇଥାଏ।


Swiv nou:

Piblisite


Piblisite