Biblia Todo Logo
Bib sou entènèt

- Piblisite -




୧ ଯୋହନ 4:21 - ପବିତ୍ର ବାଇବଲ

21 ଏହି ଆଜ୍ଞା ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଛୁ ଯେ ଯେକେହି ପରମେଶ୍ୱରଙ୍କୁ ପ୍ରେମ କରେ, ସେ ନିଜ ଭାଇକୁ ମଧ୍ୟ ପ୍ରେମ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେ ଈଶ୍ଵରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।

Gade chapit la Kopi

ଓଡିଆ ବାଇବେଲ

21 ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏହି ଆଦେଶ ଖ୍ରୀଷ୍ଟ ଆମକୁ ଦେଇଛନ୍ତି: ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ନିଶ୍ଚୟ ତା’ ଭାଇକୁ ପ୍ରେମ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।

Gade chapit la Kopi




୧ ଯୋହନ 4:21
20 Referans Kwoze  

ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।


ତୁମ୍ଭେମାନେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ରେମ କରିବା ଉଚିତ୍।


ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରେମଭାବ ବିଷୟରେ ତୁମ୍ଭମାନଙ୍କୁ ଲେଖିବାର ଆବଶ୍ୟକତା ନାହିଁ। ପରସ୍ପରକୁ ପ୍ରେମ କରିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ଆଗରୁ ଶିଖାଇଛନ୍ତି।


ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”


ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ରେମ କରିଛି ତୁମ୍ଭେମାନେ ମଧ୍ୟ ପରସ୍ପରକୁ ସେହିପରି ପ୍ରେମ କର।


ପରମେଶ୍ୱରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ବିଶ୍ୱାସ କରିବା ଓ ପରସ୍ପରକୁ ଭଲ ପାଇବା।


ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ୟୁର ସୀମା ପାରି ହୋଇ ଜୀବନରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ରେମ କରୁ। ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ମୃତ୍ୟୁ ସୀମା ମଧ୍ୟରେ ଥାଏ।


ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।


ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।” ତା'ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।”


ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା।


ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା'ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।


ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।


“ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’


ପ୍ରିୟ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟରେ ଲେଖୁ ନାହିଁ, ମାତ୍ର ଏହା ସେହି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭେମାନେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ଆଜ୍ଞା।


Swiv nou:

Piblisite


Piblisite