Biblia Todo Logo
Bib sou entènèt

- Piblisite -




୧ ଯୋହନ 5:20 - ପବିତ୍ର ବାଇବଲ

20 ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।

Gade chapit la Kopi




୧ ଯୋହନ 5:20
53 Referans Kwoze  

ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ।


ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ।


ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’


ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।


ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି।


ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ଥୋମା ଯୀଶୁଙ୍କୁ କହିଲେ, “ମୋର ପ୍ରଭୁ, ମୋର ପରମେଶ୍ୱର।”


“ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ଯେ ପବିତ୍ର ଓ ସତ୍ୟ, ସେ ତୁମ୍ଭକୁ ଏହି କଥା ଲେଖୁଛନ୍ତି। ସେ ଦାଉଦଙ୍କ ଗ୍ଭବି ହାତରେ ଧରିଛନ୍ତି। ସେ ଯାହା ଖୋଲି ଦିଅନ୍ତି, ତାହା ବନ୍ଦ ହୋଇପାରେ ନାହିଁ।


ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ। ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି।


ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।


ପରମପିତା ଓ ମୁଁ ଏକ।”


ଯେତେବେଳେ ଏକ ସ୍ୱତନ୍ତ୍ର ବାଳକ ଜନ୍ମ ନେବେ ସେତିକି ବେଳେ ଏହା ଘଟିବ। ପରମେଶ୍ୱର ଆମ୍ଭମାନଙ୍କୁ ଏକ ପୁତ୍ର ଦେବେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ “ଆଶ୍ଚର୍ଯ୍ୟ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଯିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହେବେ।”


ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ।


ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।


କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି: “ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ


ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ।


ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।


ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ।


ତା'ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି।


ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ: “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର! ତୁମ୍ଭର କାର୍ଯ୍ୟଗୁଡ଼ିକ ମହାନ ଓ ଆଶ୍ଚର୍ଯ୍ୟପୂର୍ଣ୍ଣ ହେ ଜାତି ସମୂହର ରାଜା, ତୁମ୍ଭର ପଥଗୁଡ଼ିକ ନ୍ୟାୟସଙ୍ଗତ ଓ ସତ୍ୟ।


ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?”


“ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ: “ଯେ ଏହିସବୁ ତୁମ୍ଭକୁ କହୁଛନ୍ତି, ସେ ଆମେନ୍ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ ଅଟନ୍ତି। ପରମେଶ୍ୱର ସୃଷ୍ଟି କରିଥିବା ସମସ୍ତ ବିଷୟର ଶାସକ। ସେ ଏହି କଥା କହନ୍ତି:


ଆମ୍ଭେମାନେ ଦେଖିଅଛୁ ଯେ ପରମେଶ୍ୱର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭେମାନେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ୟ ଆମ୍ଭେ ସେହି ସାକ୍ଷ୍ୟ ଦେଉଅଛୁ।


ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।


ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।


ମୋ'ଠାରେ ରୁହ ଓ ମୁଁ ତୁମ୍ଭଠାରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗାରେ କେବେ ଫଳ ଦେବ ନାହିଁ। ଏହା ଲତାରେ ଲାଗି ରହିବା ଉଚିତ୍। ତୁମ୍ଭେମାନେ ମଧ୍ୟ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମୋ’ ସହିତ ମିଶି ରହିବା ଉଚିତ୍।


ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ।


ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ'ଠାରେ ଓ ମୁଁ ତୁମ୍ଭଠାରେ ଅଛି।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।


ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା'ର ଉତ୍ତର ଦେଇ ପାରିବ ନାହିଁ।


ଯୀଶୁ କହିଲେ, “ସ୍ୱର୍ଗରାଜ୍ୟର ନିଗୂଢ଼ ସତ୍ୟ ଜାଣିବା ପାଇଁ କେବଳ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସେମାନଙ୍କୁ ଦିଆଯାଇ ନାହିଁ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।


କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।


ତୁମ୍ଭେମାନେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସେହି ଶିକ୍ଷା ଅନୁଯାୟୀ ଜୀବନ କାଟିବ, ତେବେ ତୁମ୍ଭେ ପିତା ପରମେଶ୍ୱର ଓ ପୁତ୍ରଙ୍କଠାରେ ରହିବ।


ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର।


ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।


କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ।


ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ।


ସେହି ଉତ୍ତମ ରାଜତ୍ୱ କାଳରେ ‘ଶାଖା’ ଉତ୍ପନ୍ନ ହୋଇ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି।


ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।


ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ।


ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ।


ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପାରେ ନାହିଁ।


Swiv nou:

Piblisite


Piblisite