Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 1:12 - ପବିତ୍ର ବାଇବଲ

12 ଏଣୁ ତୁମ୍ଭର ଓ ତୁମ୍ଭ ପୁତ୍ର ଶଲୋମନର ଜୀବନ ବିପଦପୂର୍ଣ୍ଣ। ତୁମ୍ଭେ ନିଜର ଓ ନିଜ ପୁତ୍ର ଶଲୋମନର ଜୀବନ କିପରି ରକ୍ଷା କରି ପାରିବ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ମନ୍ତ୍ରଣା ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।

Gade chapit la Kopi




1 ରାଜାବଳୀ 1:12
14 Referans Kwoze  

କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।”


“କୃଷକମାନେ ପୁଅକୁ ଦେଖି ନିଜ ନିଜ ଭିତରେ କୁହା କୁହି ହେଲେ, ‘ଏ ହେଉଛି ଜମିମାଲିକଙ୍କ ପୁଅ। ସେ ଏ ଜମିର ଉତ୍ତରାଧିକାରୀ। ଆମ୍ଭେ ଯଦି ତାକୁ ମାରିଦେବା, ଏହି ସମ୍ପତ୍ତି ଆମ୍ଭର ହୋଇଯିବ।’


ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”


ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୂପ କରେ।


ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହେବ। ମାତ୍ର ଯଦି ତୁମ୍ଭେ ଯୁଦ୍ଧ କରିବାକୁ ଯାଅ ଭଲ ପରାମର୍ଶ ଗ୍ରହଣ କର।


ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ। ମାତ୍ର ବହୁତ ମନ୍ତ୍ରଣାଦ୍ୱାରା ତାହା ସ୍ଥିରୀକୃତ ହୁଏ।


ଗୋଟିଏ ଜାତି ଠିକ୍ ଦେଖାଶୁଣା ଅଭାବ ଯୋଗୁଁ ଧ୍ୱଂସ ହୋଇଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ୱାରା ସଫଳତା ଆସିଥାଏ।


ଅଥଲିୟା ଅହସିୟଙ୍କ ମାତା ଥିଲେ। ଯେତେବେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ୟୁ ହୋଇଅଛି, ସେ ଯିହୁଦାରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ୟା କଲେ।


ଯିହୋରାମ୍ ତାଙ୍କର ପିତାଙ୍କର ରାଜ୍ୟପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହା ପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏକ ‌‌ଖ‌ଡ଼୍‌ଗ ବ୍ୟବହାର କଲେ। ସେ ଇସ୍ରାଏଲର କେତେକ ନେତାଙ୍କୁ ମଧ୍ୟ ବଧ କଲେ।


ଅନନ୍ତର ଅହସିୟଙ୍କର ମାତା ଅଥଲିୟା ନିଜ ପୁତ୍ରର ମୃତ୍ୟୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।


ତେଣୁ ଆପଣ ମୃତ୍ୟୁ ପୂର୍ବରୁ କିଛି ଗୋଟିଏ ସ୍ଥିର କରନ୍ତୁ। ତା'ପରେ ନ ହେଲେ ଆପଣ ଆପଣଙ୍କ ପିତୃପୁରୁଷଙ୍କ ସହିତ ସମାଧିସ୍ଥ ହେଲା ପରେ ମୁଁ ଓ ମୋର ପୁତ୍ର ଶଲୋମନ ଦୋଷୀ ବୋଲି ପରିଗଣିତ ହେବୁ।”


ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା'ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବା‌ଲ୍‌ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।


ସେମାନେ ନଗର ବାହାରକୁ ଆସିବା ମାତ୍ରେ ଜଣେ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇ ଶୀଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗାରେ ରୁହ ନାହିଁ। ତୁମ୍ଭେ ପର୍ବତରେ ପହଞ୍ଚିବା ପର୍ଯ୍ୟନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ଯାଅ ତେବେ ଏହି ନଗର ସହିତ ତୁମ୍ଭେ ଧ୍ୱଂସ ପାଇଯିବ।”


ତୁମ୍ଭେ ରାଜା ଦାଉଦଙ୍କ ନିକଟକୁ ଯାଇ କୁହ, ‘ହେ ମୋର ମହାଶୟ ମହାରାଜ, ଆପଣ କ’ଣ ପ୍ରତିଜ୍ଞା କରି ଏ ଦାସୀକୁ କହି ନ ଥିଲ, ମୋ’ ଉତ୍ତାରେ ତୁମ୍ଭର ପୁତ୍ର ଶଲୋମନ ରାଜ୍ୟ ଶାସନ କରିବ ଓ ସେ ମୋ’ ସିଂହାସନରେ ବସିବ? ତେବେ ଅଦୋନିୟ କିପରି ରାଜ୍ୟ କରୁଅଛି?’


Swiv nou:

Piblisite


Piblisite