Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 19:3 - ପବିତ୍ର ବାଇବଲ

3 ଯେତେବେଳେ ଏଲିୟ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସେବକ ସହିତ ଯିହୁଦାର ‌ବେ‌ର୍‌ଶେବାକୁ ଗ୍ଭଲିଗଲେ ଓ ତାକୁ ସେ ସେଠାରେ ଛାଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବାରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।

Gade chapit la Kopi




1 ରାଜାବଳୀ 19:3
13 Referans Kwoze  

ଏଣୁ ସେହି ସ୍ଥାନର ନାମ ‌ବେ‌ର୍‌ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।


କିନ୍ତୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା'ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।


ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି।


ଶଲୋମନଙ୍କ ରାଜତ୍ୱ କାଳରେ ଦା‌ନ୍‌ଠାରୁ ‌ବେ‌ର୍‌ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ସମସ୍ତ ଲୋକ ନିଜ ନିଜ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷମୂଳରେ ନିରାପଦରେ ଅବସ୍ଥାନ କରୁଥିଲେ।


କିନ୍ତୁ ଦାଉଦ ନିଜେ ଚିନ୍ତା କଲେ, “ମୁଁ ଦିନେ ଶାଉଲଙ୍କ ହାତରେ ଧରା ହେବି। ଏହା ସବୁଠୁ ଭଲ ହେବ। ମୁଁ ପଲେଷ୍ଟୀୟମାନଙ୍କ ଦେଶକୁ ଯାଇ ନିଜକୁ ରକ୍ଷା କରିବି। ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳ ଖୋଜି ନିରାଶ ହେବ। ଏହିପରି ଭାବରେ ମୁଁ ତାଙ୍କର ହସ୍ତରୁ ରକ୍ଷା ପାଇବି।”


ତା'ପରେ ଫାରୋ ଜାଣିବାକୁ ପାଇଲେ ମୋଶା ଯାହା କରିଥିଲେ। ତେଣୁ ସେ ମୋଶାଙ୍କୁ ହତ୍ୟା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମୋଶା ଖସି ମିଦିୟନ ଦେଶକୁ ପଳାଇଲେ। ମୋଶା ସେଠାକୁ ଯାଇ ଏକ କୂପ ନିକଟରେ ବସିଲେ।


ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।


ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେ‌ର୍‌ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ।


ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।


Swiv nou:

Piblisite


Piblisite