Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:1 - ପବିତ୍ର ବାଇବଲ

1 ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,

Gade chapit la Kopi




1 ରାଜାବଳୀ 2:1
15 Referans Kwoze  

ଇସ୍ରାଏଲଙ୍କର ମରଣ ଦିନ ପାଖେଇ ଆସିବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡାକି କହିଲେ, “ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ। ପୁଣି ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ମୋତେ ଏହି ମିଶର ଦେଶରେ କବର ଦିଅ ନାହିଁ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ମୃତ୍ୟୁର ସମୟ ଆସିଗଲା। ଯିହୋଶୂୟଙ୍କୁ ଡାକ, ତୁମ୍ଭେ ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ। ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।


ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି।


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।


ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି।


ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା'ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ।


ତା'ପରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛୁ, ସେହି ଦେଶକୁ ନେଇ ଯିବ ଏବଂ ଆମ୍ଭେ ତୁମ୍ଭ ସହିତ ସର୍ବଦା ରହିବା।”


କିନ୍ତୁ ଯିହୋଶୂୟଙ୍କୁ ଆଜ୍ଞା ଦିଅ, ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ। ତୁମ୍ଭେମାନେ ଯେଉଁ ଦେଶ ଦେଖିବ। ତାହା ସେ ସେମାନଙ୍କୁ ଅଧିକାର କରାଇବ।’


ଆଉ ସମସ୍ତ ମଣ୍ତଳୀ ଓ ଯାଜକ ଇଲିୟାସର ସମ୍ମୁଖରେ ତାହାଙ୍କୁ ଉପସ୍ଥିତ କରାଅ ଓ ତାଙ୍କୁ ତା'ର ଆଦେଶ ଦିଅ।


ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ।


“‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା'ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି।


ତା'ପରେ ରାଜା ଶଲୋମନ କେତେକ ଲୋକଙ୍କୁ ଅଦୋନିୟ ନିକଟକୁ ପଠାଇଲେ। ସେମାନେ ଅଦୋନିୟକୁ ଶଲୋମନ ନିକଟକୁ ଆଣିଲେ। ଅଦୋନିୟ ରାଜା ଶଲୋମନଙ୍କୁ ପ୍ରଣାମ କଲା। ଶଲୋମନ ତାହାକୁ କହିଲେ, “ନିଜ ଘରକୁ ଯାଅ।”


ଏହା ପରେ ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଡକାଇ ପଠାଇଲେ।


Swiv nou:

Piblisite


Piblisite