Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 2:3 - ପବିତ୍ର ବାଇବଲ

3 ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;

Gade chapit la Kopi




1 ରାଜାବଳୀ 2:3
33 Referans Kwoze  

ସେଥିପାଇଁ ତୁମ୍ଭେମାନେ ସମସ୍ତ ନିର୍ଦ୍ଦେଶ ଚୁକ୍ତି ଅନୁସାରେ ମାନିବା ଉଚିତ୍, ତେବେ ତୁମ୍ଭେମାନେ ଯେଉଁସବୁ କର୍ମ କରିବ ସେଥିରେ ତୁମ୍ଭେମାନେ ସମସ୍ତ କୁଶଳତା ପାଇବ।


ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦୟରେ ସଦାପ୍ରଭୁଙ୍କୁ ଖୋଜନ୍ତି, ସେମାନେ ଧନ୍ୟ!


ଆଉ, ମୋର ପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ୱସ୍ତ ହେବା ନିମନ୍ତେ ସାହାଯ୍ୟ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ୟ ହେବା ନିମନ୍ତେ ତାହାକୁ ସାହାଯ୍ୟ କର। ଶଲୋମନଙ୍କୁ ଏହି ସମସ୍ତ ବିଷୟ କରିବା ନିମନ୍ତେ ସାହାଯ୍ୟ କର ଓ ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥିରେ ତାହାକୁ ସାହାଯ୍ୟ କର।”


ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମୋତେ ବହୁ ଆନନ୍ଦ ଦିଏ।


“ମୋଶାଙ୍କର ବ୍ୟବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହୋରେବ ପର୍ବତରେ ଏହି ବ୍ୟବସ୍ଥା ଓ ନିୟମମାନ ତାଙ୍କୁ ଦେଇଥିଲୁ। ସେହି ବ୍ୟବସ୍ଥା ଇସ୍ରାଏଲର ସମସ୍ତ ଲୋକଙ୍କ ପାଇଁ ଥିଲା।”


ତୁମ୍ଭେ ଆପଣା ନିୟମ ଦେଇଅଛ। ସେଗୁଡ଼ିକ ଧର୍ମମୟ ଓ ଆମ୍ଭେ ତା'ଉପରେ ସମ୍ପୂର୍ଣ୍ଣ ରୂପେ ଭରସା କରି ପାରିବୁ।


ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ।


କିନ୍ତୁ ମନେରଖ-ସର୍ବଦା ମୋଶା ଦେଇଥିବା ନିୟମକୁ ନିଶ୍ଚୟ ପାଳନ କରିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କରିବ। ଏବଂ ତାଙ୍କ ଆଦେଶ ସର୍ବଦା ମାନି ଚଳିବ। ତୁମ୍ଭେମାନେ ନିଶ୍ଚିତ ଭାବରେ ତାହା ମନପ୍ରାଣ ଦେଇ ପାଳନ କରିବ।”


ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।


ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ, ସେ ଯେକୌଣସି କାର୍ଯ୍ୟ କଲେ ସବୁରେ କୃତକାର୍ଯ୍ୟ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।


ତା'ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।


ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।


ଶାଉଲ ଦାଉଦଙ୍କୁ ବହୁତ ଯୁଦ୍ଧକୁ ପଠାଇଲେ ଓ ସେ କୃତକାର୍ଯ୍ୟ ହେଲେ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମେତ ସମସ୍ତଙ୍କୁ ଖୁସୀ କଲା।


ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସେମାନଙ୍କୁ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ଶୁଣ, ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ବିଧି ସବୁ କହୁଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।


ଏହିସବୁ ପ୍ରମାଣିତ ବାକ୍ୟ, ନିୟମ, ବ୍ୟବସ୍ଥା ଯାହାକି ମୋଶା ଇସ୍ରାଏଲର ଲୋକମାନଙ୍କୁ ଦେଲେ, ଯେତେବେଳେ ମିଶରରୁ ବାହାରି ଆସିଲେ।


ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ।


“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।


“ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ତୁମ୍ଭେମାନେ ସାତ ଦିନ ଧରି ଦିବାରାତ୍ରି ସମାଗମ-ତମ୍ବୁ ଦ୍ୱାରରେ ରହିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ରକ୍ଷା ପାଇବ। ଏହା ପାଳନ ନ କଲେ ତୁମ୍ଭେମାନେ ମୃତ୍ୟୁବରଣ କରିବ କାରଣ ସଦାପ୍ରଭୁ ମୋତେ ଏହି ଆଜ୍ଞା ଦେଇଛନ୍ତି।”


ଶଲୋମନ ନିଜ ପିତା ଦାଉଦଙ୍କ ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କ ପ୍ରତି ପ୍ରେମ ପ୍ରକାଶ କଲେ। କେବଳ ସେ ପଶୁବଳି ଉତ୍ସର୍ଗ କଲେ ଓ ଉଚ୍ଚ ସ୍ଥାନରେ ଧୂପ ଜଳାଇଲେ।


କିନ୍ତୁ ଆମ୍ଭେ ସେହି ଦେଶ ତାଙ୍କଠାରୁ ଛଡ଼ାଇ ଆଣି ରୁବେନ୍ ବଂଶ ଓ ଗାଦ୍ ବଂଶ ଏବଂ ମନଃଶିର ଅର୍ଦ୍ଧ ବଂଶଧରଙ୍କୁ ଦେଲୁ।


“ତୁମ୍ଭେମାନେ ନିଶ୍ଚିତ ଯତ୍ନଶୀଳ ହେବ ସଦାପ୍ରଭୁଙ୍କର ସେହି ବାକ୍ୟକୁ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁମ୍ଭେମାନେ ମୋଶାଙ୍କ ଦ୍ୱାରା ଲିଖିତ ନିୟମ ପୁସ୍ତକର ସମସ୍ତ କଥାକୁ ଠିକ୍ ଠିକ୍ ଭାବେ ପାଳନ କରିବ। କେବେ ବି ସେ ନିୟମରୁ ବିଚ୍ୟୁତ ହେବ ନାହିଁ।


ସାରକଥା ଏହି, ଆମ୍ଭେମାନେ ସବୁ ଶୁଣିଛୁ। ପରମେଶ୍ୱରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ ଅଟେ।


Swiv nou:

Piblisite


Piblisite