Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 21:2 - ପବିତ୍ର ବାଇବଲ

2 ଦିନେ ନାବୋତକୁ ରାଜା ଆହାବ ଡାକି କହିଲେ, “ମୋତେ ତୁମ୍ଭର ଏହି ଦ୍ରାକ୍ଷାକ୍ଷେତ୍ରଟି ଦିଅ, ମୁଁ ସେଥିରେ ପନିପରିବା କରିବି। କାରଣ ଏହା ମୋ’ ପ୍ରାସାଦ ନିକଟରେ ଅଛି। ଏହି କ୍ଷେତ୍ର ବଦଳରେ ମୁଁ ତୁମ୍ଭକୁ ଏକ ଭଲ ଦ୍ରାକ୍ଷାକ୍ଷେତ୍ର ଦେବି। ନଚେତ୍ ତୁମ୍ଭେ ଯଦି ଇଚ୍ଛା କରିବ, ତେବେ ମୁଁ ଏହାର ମୂଲ୍ୟରୌପ୍ୟ-ମୁଦ୍ରା ଆକାରରେ ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଣୁ ଆହାବ ନାବୋତକୁ କହିଲେ, ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଅବା ତୁମ୍ଭକୁ ଭଲ ଦିଶିଲେ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।

Gade chapit la Kopi

ଓଡିଆ ବାଇବେଲ

2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋ’ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”

Gade chapit la Kopi




1 ରାଜାବଳୀ 21:2
18 Referans Kwoze  

“ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା'ର ଅଧିକାରୀମାନଙ୍କୁ ବାଣ୍ଟିବେ।


ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।


ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”


“ମାତ୍ର ହେ ଯିହୋୟାକୀମ୍, ତୁମ୍ଭେ କେବଳ ନିଜର ସ୍ୱାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ୟ ଓ ନିର୍ଦ୍ଦୋଷର ରକ୍ତପାତରେ ବୁଡ଼ି ରହିଛି।”


ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋ‌ନ୍‌ରୁ ପ୍ରବାହିତ ସ୍ରୋତ ଅଟ।


ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି।


ଯିହୁଦାର ରାଜା ଅହସିୟ ଏହା ଦେଖି ପଳାୟନ କଲେ। ସେ ଉଦ୍ୟାନ ଗୃହ ଦେଇ ପଳାୟନ କରୁଥିବା ବେଳେ ଯେହୂ ତାଙ୍କ ପଛେ ପଛେ ଯାଇ କହିଲେ, “ଅହସିୟଙ୍କୁ ମଧ୍ୟ ସେହି ରଥରେ ଆଘାତ କର।” ତେଣୁ ସେମାନେ ଯିବଲିୟମ ନିକଟସ୍ଥ ଗୂର ନାମକ ଉଠାଣି ନିକଟରେ ତାଙ୍କୁ ଆଘାତ କଲେ ଓ ସେ ମଗିଦ୍ଦୋକୁ ପଳାଇ ସେଠାରେ ମୃତ୍ୟୁବରଣ କଲେ।


ତେଣୁ ଆଖୀଶ୍ ଦାଉଦଙ୍କୁ ଡାକି କହିଲେ, “ନିଶ୍ଚିତ ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ, ତୁମ୍ଭେ ମୋର ଅନୁଗତ ରହିବ। ତୁମ୍ଭେ ମୋର ସୈନ୍ୟବାହିନୀରେ ଯୋଗ ଦେଲେ ମୁଁ ବହୁତ ଖୁସୀ ହେବି। ମୋ’ ସହିତ ରହିବା ଦିନଠାରୁ ମୁଁ ତୁମ୍ଭର କୌଣସି ଦୋଷ ପାଇ ନାହିଁ। ତଥାପି ପଲେଷ୍ଟୀୟ ଅଧିପତିମାନଙ୍କ ଦୃଷ୍ଟିରେ ତୁମ୍ଭେ ଉତ୍ତମ ନୁହଁ।


ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ।


ପନିପରିବା ବଗିଗ୍ଭରେ ଯେପରି ବୀଜ ବପନ କର, ସେହିପରି ମିଶର ଦେଶର ଗ୍ଭରାଗଛରେ ତୁମ୍ଭେମାନେ ପାଣି ଦେଉଥିଲ, ଯେଉଁଠାରୁ ତୁମ୍ଭେମାନେ ବାହାରି ଆସିଛ। ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଛ ତାହା ସେପରି ନୁହେଁ।


‘ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କ୍ଷେତ୍ର, ଦାସ, ଦାସୀ, ଗୋରୁ, ଗଧ, କି ସେମାନଙ୍କର କୌଣସି ବସ୍ତୁ ଲୋଭ କରିବ ନାହିଁ।’”


“ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”


କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।


ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।


ନାବୋତ ଆହାବଙ୍କୁ କହିଲେ, “ମୁଁ କେବେହେଲେ ମୋର ପୈତୃକ ଭୂମିକୁ ତୁମ୍ଭକୁ ଦେବି ନାହିଁ, ଏହା ପରମେଶ୍ୱର ମନା ନ କରନ୍ତୁ।”


ଆହାବ ଉତ୍ତରରେ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ରଟି ମୋତେ ଦିଅ ଓ ତା’ ବଦଳରେ ରୌପ୍ୟମୁଦ୍ରା ନିଅ ନଚେତ୍ ତୁମ୍ଭର ପସନ୍ଦ ମୁତାବକ ତା'ରି ଅନୁରୂପ ଏକ ଦ୍ରାକ୍ଷାକ୍ଷେତ୍ର ନିଅ। ମାତ୍ର ସେ କହିଲା, ମୁଁ ତୁମ୍ଭକୁ ମୋର ଦ୍ରାକ୍ଷାକ୍ଷେତ୍ର ଦେବାକୁ ଯାଉ ନାହିଁ।”


Swiv nou:

Piblisite


Piblisite