Biblia Todo Logo
Bib sou entènèt

- Piblisite -




1 ରାଜାବଳୀ 3:2 - ପବିତ୍ର ବାଇବଲ

2 କିନ୍ତୁ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ହୋଇ ନ ଥିଲା। ତେଣୁ ଲୋକମାନେ ନାନା ଉଚ୍ଚସ୍ଥାନରେ ବଳିଦାନ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।

Gade chapit la Kopi




1 ରାଜାବଳୀ 3:2
17 Referans Kwoze  

ଯିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ ତାହା ହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ନାହିଁ। ସେ ସମୟରେ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।


ଲୋକମାନେ ଉଚ୍ଚସ୍ଥାନମାନଙ୍କରେ ବଳି ଉତ୍ସର୍ଗ କରିବାକୁ ଲାଗିଲେ। କିନ୍ତୁ ସେମାନେ କେବଳ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ନିକଟରେ ସେହି ବଳି ଉତ୍ସର୍ଗ କରୁଥିଲେ।


ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।


“ଆପଣ ଜାଣନ୍ତି ମୋର ପିତା ଦାଉଦ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରି ପାରିଲେ ନାହିଁ। ସେ କରିବାକୁ ଅସମର୍ଥ ହେଲେ, କାରଣ ତାଙ୍କ ଚତୁର୍ଦ୍ଦିଗରେ ଘେରି ରହିଥିବା ଶତ୍ରୁମାନଙ୍କ ସହିତ ସେ ସର୍ବଦା ଯୁଦ୍ଧରେ ବ୍ୟସ୍ତ ଥିଲେ ଓ ସଦାପ୍ରଭୁ ଶତ୍ରୁଗଣଙ୍କୁ ତାଙ୍କ ହସ୍ତରେ ପରାସ୍ତ କରାଇବେ ବୋଲି ଅପେକ୍ଷା କରି ରହିଥିଲେ।


ସାବଧାନ ହେବ, ଯେଉଁ ସ୍ଥାନସବୁ ଦେଖିବ ପ୍ରତ୍ୟେକ ସ୍ଥାନରେ ହୋମବଳି ଉତ୍ସର୍ଗ କରିବ ନାହିଁ।


ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି।


କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ। ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।


ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ସବୁଜ ବୃକ୍ଷମୂଳରେ ନିଜ ନିଜ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ସ୍ତମ୍ଭମାନ ନିର୍ମାଣ କଲେ।


ଆସା ଉଚ୍ଚସ୍ଥଳୀ ସବୁ ଧ୍ୱଂସ କଲେ ନାହିଁ, ମାତ୍ର ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହିଲେ।


ପୁଣି ଯିହୋଶାଫଟ୍ ଇସ୍ରାଏଲ ରାଜାଙ୍କ ସହିତ ଶାନ୍ତି ଚୁକ୍ତି କଲେ।


ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ମନ୍ଦିରରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସେମାନେ ଜନ ଗଣନା ସମୟରେ କର ଦେଲେ। ସେମାନେ ସେମାନଙ୍କର ଅନୁସାରେ ମୁଦ୍ରା ଦେଲେ। ଲୋକମାନଙ୍କଠାରୁ ପ୍ରତ୍ୟେକ ନିରୂପିତ ମୁଦ୍ରା ପ୍ରାପ୍ତ କରି, ଯିଏ ସେବା କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତିରେ ଯାଜକମାନେ ମୁଦ୍ରା ବ୍ୟବହାର କରନ୍ତୁ।”


ଯଦିଓ ଇସ୍ରାଏଲରୁ ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ କରାଯାଇ ନ ଥିଲା, କିନ୍ତୁ ଆସାଙ୍କର ଜୀବନ ସାରା ତାଙ୍କର ହୃଦୟ ସଦାପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ଥିଲା।


Swiv nou:

Piblisite


Piblisite