୧ ପିତର 1:11 - ପବିତ୍ର ବାଇବଲ11 ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ ବା କିପ୍ରକାର କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ। Gade chapit laଓଡିଆ ବାଇବେଲ11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ । Gade chapit laପବିତ୍ର ବାଇବଲ (CL) NT (BSI)11 ସେହି ଦାନ ତୁମ୍ଭେମାନେ କେବେ ଓ କିପରି ଭାବରେ ପାଇବ, ଜାଣିବା ପାଇଁ ସେମାନେ ଚେଷ୍ଟା କରିଥିଲେ। ଏ ସମ୍ପର୍କରେ ପବିତ୍ରଆତ୍ମାଙ୍କ ସାହାଯ୍ୟରେ ସେମାନେ ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ପରବର୍ତ୍ତୀ ଗୌରବ ପ୍ରାପ୍ତ ବିଷୟରେ ସୂଚନା ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ। Gade chapit la |
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’