୧ ପିତର 1:17 - ପବିତ୍ର ବାଇବଲ17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ଵୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ସଭୟରେ କ୍ଷେପଣ କର; Gade chapit laଓଡିଆ ବାଇବେଲ17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; Gade chapit laପବିତ୍ର ବାଇବଲ (CL) NT (BSI)17 ଈଶ୍ୱର ପ୍ରତ୍ୟେକର କାର୍ଯ୍ୟାକଳାପ ଅନୁସାରେ ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି। ତୁମ୍ଭେମାନେ ତାଙ୍କ ନକଟରେ ପ୍ରାର୍ଥନା କଲାବେଳେ ତାଙ୍କୁ ପିତା ବୋଲି ସମ୍ବୋଧନ କରିଥାଅ। ଅତଏବ, ଏହି ଜଗତରେ ତୁମ୍ଭମାନଙ୍କ ଜୀବନର ଅବଶିଷ୍ଟ ସମୟ ତାଙ୍କୁ ଭୟଭକ୍ତି କରି ଅତିବାହିତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ଯୋଗୀ କରିଛି। ତୁମ୍ଭେମାନେ ଭୁଲ୍ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ।