୧ ପିତର 1:21 - ପବିତ୍ର ବାଇବଲ21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି। Gade chapit laଓଡିଆ ବାଇବେଲ21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)21 ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି। Gade chapit la |
ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।
ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।